ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦ୍ୱାଦଶ ଚନ୍ଦ୍ର, କେତୁ ଓ ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ଆଜି ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ କମ୍ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଏକାଦଶ ଚନ୍ଦ୍ର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଦଶମ ଚନ୍ଦ୍ର, ଗୁରୁବାର ଓ ସକାଳ ୧୦ଟା ୨୮ ମିନିଟ୍ ପରେ ଦଶମୀ ତିଥି ଯୋଗୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସକ୍ଷମ ହେବେ ଏବଂ ହୃତ ଗୌରବ ଫେରି ପାଇବେ । କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କର୍ମତତ୍ପରତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତତିଥି ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ନିଜର ପୁରାତନ ବନ୍ଧୁଙ୍କଠାରୁ ସମ୍ପର୍କ ଛିନ୍ନ ହେବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମଘା ଓ ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଅଷ୍ଟମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ସପ୍ତମ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଷଷ୍ଠ ଚନ୍ଦ୍ର, ଗୁରୁବାର, ନବମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମିୟକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି,ଧୀଶକ୍ତି, ସ୍ମରଣ ଶକ୍ତି ହ୍ରାସ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଅପମାନ, ଅପନିନ୍ଦା ମିଳିବ ଏବଂ ପରିବାରରେ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ତୃତୀୟ ଚନ୍ଦ୍ର ଓ ଘାତବାର ଏବଂ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା :୫, ଆରାଧନା : ପ୍ରଭୁ ଶ୍ରୀରାମ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩