ମେଷ : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ନିଜ ଲୋକଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଦ୍ୱାଦଶ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଏକାଦଶ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନୂତନ ବ୍ୟବସାୟ, କର୍ମାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ମୃଗଶିରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ମାତଙ୍ଗୀ ।
କର୍କଟ : ଦଶମ ଚନ୍ଦ୍ର, ରବିବାର ଯୋଗୁ କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଅମାବାସ୍ୟା ତିଥି ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସମ୍ମାନ ହାନି ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଅଷ୍ଟମ ଚନ୍ଦ୍ର, ଅମାବାସ୍ୟା ତିଥି, କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନଶୀଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : କୃଷ୍ଣପକ୍ଷର ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।
ଧନୁ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ, ପଡ଼ୋଶୀଙ୍କ ସହ ସୁସମ୍ପର୍କ, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଜ ଜୁଟିବ । କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ତୃତୀୟ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ସ୍ୱଜନରେ ସୁସମ୍ପର୍କ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଷୋଡ଼ଶୀ ।
ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଓ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩