ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଏହି ରାଶିର ବ୍ୟକ୍ତିଙ୍କ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ

Published By : Prameya | April 25, 2025 11:05 PM

ମେଷ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରି ଯିବ ଏବଂ ମନରେ ସଦ୍‌ଭାବନା ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳ ଟୁଳ ନୀତି ଅବଲମ୍ବନ କରିବେ । ଧନର ସତ୍‌ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ବୃଷ : ଘାତବାର ଏବଂ ଏକାଦଶ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ । ମନରେ ଉନ୍ନତ ଚିନ୍ତା ଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । 

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ମିଥୁନ : ଦଶମଚନ୍ଦ୍ର, ଶନିବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଅଧିକ ରହିବ ଏବଂ ସମସ୍ତ କଷ୍ଟ ସାଧ୍ୟ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳପାଇବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ପ୍ରଭୁସ୍କନ୍ଦ ।

କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ପୁରାତନ ବନ୍ଧୁଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପ ଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନ ର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫ ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର, ଅଷ୍ଟମଚନ୍ଦ୍ର, ଚଦୁର୍ଦ୍ଦଶୀ ତିଥି ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ ସିଂହ ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଘାତବାର, ସପ୍ତମଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ପୁତ୍ର, କନ୍ୟା, ଭାଇ, ଉଉଣୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଷଷ୍ଠଚନ୍ଦ୍ର, ଶନିବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କ ସ୍ନେହ, ଶ୍ରଦ୍ଧା ଓ ପ୍ରଶଂସାର ପାତ୍ର ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ ।ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳପାଇବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ତାରା ।

ବିଛା : କୃଷ୍ଣପକ୍ଷ ପଞ୍ଚମ ଚନ୍ଦ୍ରସକାଳ ୬ଟା ୨୭ ମିନିଟ୍‌ପରେ ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନ ମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ପ୍ରୟୋଗରେ ଅସଫଳ ହେବେ । ମାନ, ସମ୍ମାନ ହାନିଘଟିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ କିମ୍ବା ପାରିବାରିକ ବିବାଦ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖଦେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।

ଧନୁ : ଘାତଚନ୍ଦ୍ରଯୋଗୁ ମନରେ ଦୁର୍ଭାବନା ଓ ଅସ୍ଥିରତା ଭାବ ପ୍ରକାଶ ପାଇବ । ଧନ କ୍ଷତି, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପରିବାରରେ ଆଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ଧନକୁ ନେଇ ବିବାଦ ଏବଂମାଲି ମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ ।କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଧନୁ ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ତୃତୀୟ ଚନ୍ଦ୍ର, ଶନିବାର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମା ରମ୍ଭର ସୁଯୋଗ ଜୁଟିବ ।ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’  ଭୈରବୀ ।

କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଓ ବିଷ କୁମ୍ଭ ଯୋଗଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଅଯଥା ଖର୍ଚ୍ଚ, ଆର୍ଥିକ କ୍ଷତି, ଆର୍ଥିକଠକାମିରେ ପଡ଼ି ପାରନ୍ତି ଏବଂ ଶାରୀରିକ ଅସୁସ୍ଥତା ଭୋଗି ପାରନ୍ତି ।ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବ ଭାଦ୍ର କୁମ୍ଭ ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ପ୍ରଭୁହନୁମାନ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ  : ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.