ମେଷ : ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ବୃଷ : ତୃତୀୟ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ପଡ଼ିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଦ୍ୱିତୀୟ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ମୁଝାମଣା ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଏକାଦଶ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଭାଗ୍ୟ, ଭବିଷ୍ୟ ଓ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଦଶମ ଚନ୍ଦ୍ର, ଘାତବାର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା, ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଗୁରୁବାର, ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଅଷ୍ଟମ ଚନ୍ଦ୍ର, ଚତୁର୍ଥୀ ତିଥି ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ସପ୍ତମ ଚନ୍ଦ୍ର ଓ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଚତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଷଷ୍ଠ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

ମୀନ : ପଞ୍ଚମ ଚନ୍ଦ୍ର, ଗୁରୁବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ବିଦ୍ୟା ଓ କଳାରେ ନିଜର ପରାକାଷ୍ଟା ପ୍ରଦର୍ଶନ କରିବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ କର୍ମକୁ ନେଇ ନିଜକୁ ଗୌରବାନ୍ୱିତ ମନେ କରିବେ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପାରିବାରିକ ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩