ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଏହି ରାଶିର ବ୍ୟକ୍ତିଙ୍କ ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ

Published By : Prameya | March 11, 2025 11:19 PM

ମେଷ : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନମାନଙ୍କ କର୍ମ ଓ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ସହ ବିବାଦ ହୋଇପାରେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି ।  ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା :୪, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ତୃତୀୟ ଚନ୍ଦ୍ର, ବୁଧବାର ଯୋଗୁ ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା :୬, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତବାର ଏବଂ ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ବ୍ୟବସାୟରେ ଅଧୋଗତି ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ ।

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲ୍‌ଗୁନୀ ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା :୧୧, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଏକାଦଶ ଚନ୍ଦ୍ର, ବୁଧବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବନ୍ଦ ହୋଇଥିବା ବ୍ୟବସାୟ ଓ ରୁଗ୍‌ଣ ବ୍ୟବସାୟ ପୁଣି ଆରମ୍ଭ ହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦଶମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା :୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍‌ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନ୍‌ାଥ ।

ମକର : ଘାତଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍‌, ଇଲେକ୍ଟ୍ରିକ୍‌ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ସପ୍ତମ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ, ଶୋକ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ମାତାଙ୍ଗୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ 

ଯୋଗାଯୋଗ: ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.