ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଜମିଜମା ବିବାଦ, ପାରିବାରିକ ବିବାଦ ଉଗ୍ର ରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଦ୍ୱାଦଶ ଚନ୍ଦ୍ର ଏବଂ ଘାତତିଥି ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଘାତବାର ଏବଂ ଏକାଦଶ ଚନ୍ଦ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ଦଶମ ଚନ୍ଦ୍ର, ସୋମବାର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ କର୍ମନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଞ୍ଜମତା, ବଚନରେ ମଧୁରତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଅବଲମ୍ବନ କରିବେ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୁର୍ବାଫାଲ୍ଗୁନୀ ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଅଷ୍ଟମ ଚନ୍ଦ୍ର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରୋନିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ସପ୍ତମ ଚନ୍ଦ୍ର, ସୋମବାର ଯୋଗୁ ପୁତ୍ର, କନ୍ୟା, ଭାତୃ ଓ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।
ବିଛା : ଷଷ୍ଠ ଚନ୍ଦ୍ର, ସୋମବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ପଞ୍ଚମ ଚନ୍ଦ୍ର, ସୋମବାର ଏବଂ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ସମ୍ପୂର୍ଣ୍ଣ କରିବାରେ ସମର୍ଥ ହେବେ । ବିଦ୍ୟାରେ ବିଚକ୍ଷଣତା, ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଆପଣଙ୍କ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।
ମକର : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଚତୁର୍ଥୀ ତିଥି ଯୋଗୁ ଧନ, ସମ୍ପଦ, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ନୂତନ କର୍ମାରମ୍ଭ କିମ୍ବା ବ୍ୟବସାୟ ଆରମ୍ଭର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
ମୀନ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ଧନ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ମାତଙ୍ଗୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩