ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରଙ୍ଗର ପର୍ବ ହୋଲି, ପରସ୍ପରକୁ ରଙ୍ଗ ଲଗାଇ ଶୁଭ ମନାସୁଛନ୍ତି ଦେଶବାସୀ

ଭୁବନେଶ୍ୱର, ୨୬।୩: ରଙ୍ଗର ପର୍ବ ହୋଲି । ହୋଲି ଖେଳରେ ମସ୍‌ଗୁଲ୍‌ ସାରା ଦେଶ । ସାରା ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ଆଜି ଏହି ନିଆରା ପର୍ବକୁ ପାଳନ କରୁଛନ୍ତି ଲୋକେ । ପରସ୍ପରକୁ ଅବିର ଲଗାଇ ଶୁଭ ମନାସୁଛନ୍ତି । ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ଜଣେ ଅନ୍ୟ ଜଣକୁ ରଙ୍ଗ ଲଗାଇ ନିଜ ଭଲ ପାଇବା ପରିପ୍ରକାଶ କରୁଛନ୍ତି । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ଗାଁଠୁ ସହର ସବୁଆଡ଼େ ପିଠା, ମିଠା, ପାନ ସାଙ୍ଗକୁ ଭଳି ଭଳିକା ଖାଇବାର ଆସର ବି ଜମିଛି ।  

ଅନ୍ୟପଟେ ହୋଲି ପାଇଁ ସଜାଗ ହୋଇଛି କମିଶନରେଟ୍ ପୋଲିସ । ହୋଲି ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସହରର ୩୧ଟି ସ୍ଥାନରେ ଅମାନିଆଙ୍କୁ ଜଗିବ ପୋଲିସ । ପିସିଆର ସହ ସ୍ବତନ୍ତ୍ର ଟିମ୍ ୧୭ଟି ମୋବାଇଲ ଭେଇକିଲରେ ବୁଲିବେ । ଅମାନିଆଙ୍କ ଉପରେ ସିସିଟିଭି ସହାଯ୍ୟରେ ନଜର ରଖାଯିବା ସହ ଷ୍ଟାଇକିଂ ଫୋର୍ସ ମୁତୟନ ହେବେ । ବିଶେଷକରି କେମିକାଲ ରଙ୍ଗ ବିକ୍ରି ଉପରେ ନଜର ରଖିବ ସ୍ୱତନ୍ତ୍ର ଟିମ୍ । ଜଣେ ଡିସିପିଙ୍କ ନେତୃତ୍ୱରେ ବିକ୍ରି ହେଉଥିବା ରଙ୍ଗ ନେଇ ଯାଞ୍ଚ କରାଯିବ । 

ସେହିପରି ୪ଜଣ ଏଡିସିପିଙ୍କ ନେତୃତ୍ୱରେ ୮ ଜଣ ଏସିପି, ଆଇଆଇସିଙ୍କ ସହ ୧୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ହୋଲିରେ ମଦ ପିଇ ଗାଡ଼ି ଚଳାଇଲେ ଧରିବ ପୋଲିସ । ରାସ୍ତାରେ ଯୁବତୀଙ୍କୁ କମେଣ୍ଟ ମାରିଲେ ଜଗିବ ମହିଳା ପୋଲିସ । ରୋଡ୍ ରୋମିଓଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ହୋଲି ନାଁରେ କମର୍ସିଆଲ ପାର୍ଟି କରୁଥିଲେ ସମସ୍ତ ତଥ୍ୟ ସ୍ଥାନୀୟ ପୋଲିସକୁ ଦେବାକୁ ପଡ଼ିବ । କେବଳ ଏତିକି ନୁହେଁ, ରାଜଧାନୀ ଉପକଣ୍ଢ ନଦୀଗୁଡ଼ିକରେ ଅଗ୍ନିଶମ ଫୋର୍ସ ମୁତୟନ ହେବେ ।  

  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.