ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କାର୍‌ରେ ଯାଉଥିବା ଦୁର୍ଦ୍ଦାନ୍ତ ଅପରାଧୀକୁ ଗୁଳିମାଡ଼, ଦୁର୍ବୃତ୍ତ ଫେରାର

Published By : Harapriya Sethi | March 30, 2025 11:05 AM

ଭୁବନେଶ୍ୱର, ୩୦/୩: କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରପାଲିରେ ଗୁଳିମାଡ଼ । କାର୍‌ରେ ଯାଉଥିବା ବେଳେ ଦୁର୍ଦ୍ଦାନ୍ତ ଅପରାଧୀକୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ମୃତକ ହେଲେ ଲକ୍ଷ୍ମୀ ନାରାୟଣ ପାଇକରାୟ । ଏହି ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଥିବା ବେଳେ ମୃତକଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ରହିଥିବା ଜଣାପଡିଛି । 

ସୂଚନା ମୁତାବକ, ଲକ୍ଷ୍ମୀ ନାରାୟଣ ପାଇକରାୟ ନାମକ ଅପରାଧୀ କାର୍‌ରେ ଯାଇଥିବା ବେଳେ କିଛି ଦୁର୍ବୃତ୍ତ ଆସି ତାଙ୍କ ଉପରରୁ ଗୁଳିମାଡ଼ କରିଥିଲେ । ଫଳରେ ବ୍ୟକ୍ତି ଜଣକ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ । ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଥିଲେ । ଖବର ପାଇ ଘଟଣାସ୍ଥଳରେ କବିସୂର୍ଯ୍ୟନଗର ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି କବିସୂର୍ଯ୍ୟନଗର ମେଡ଼ିକାଲକୁ ପଠାଇ ଘଟଣାର ତଦନ୍ତ ଚଳାଇଛି । ତେବେ ମୃତ ବ୍ୟକ୍ତିଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ରହିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.