ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ସାମାନ୍ୟ ବଚସାକୁ ନେଇ ଯୁବକଙ୍କୁ ପିଟିପିଟି ହତ୍ୟା, ତଦନ୍ତ କରୁଛି ପୋଲିସ

Published By : Harapriya Sethi | April 2, 2025 11:42 AM

ଭୁବନେଶ୍ୱର,୦୨/୦୪: ସାମାନ୍ୟ ଝଗଡ଼ାରୁ ଗଡ଼ିଲା ମୁଣ୍ଡ । ବଚସାକୁ କେନ୍ଦ୍ର କରି ଯୁବକଙ୍କୁ ପିଟି ପଟି ହତ୍ୟା କଲେ ଲୋକେ । ହତ୍ୟା ପରେ ମୃତଦେହକୁ ତାଙ୍କ ଘର ଦୁଆରରେ ବସାଇଦେଲେ ହତ୍ୟାକାରୀ । ମୃତକ ହେଲେ ତିଆରପାରି ଗାଁର ନକୁଳ ସାମଲ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ତିଆରପାରି ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମଙ୍ଗଳବାର ନକୁଳ ସାମଲଙ୍କର ତିଆରପାରି ଗାଁର ଅନ୍ୟ ଏକ ପରିବାର ସହ ଝଗଡା ହୋଇଥିଲା । ଝଗଡ଼ା ପରେ ବିଳମ୍ବିତ ରାତିରେ ସେହି ପରିବାରର କିଛି ଲୋକ ନକୁଳକୁ ବାଡ଼ାଇ ମାରିଦେବା ସହ ମୃତ ଦେହକୁ ମୃତକଙ୍କ ଦୁଆର ମୁହଁରେ ବସାଇଦେଇଛନ୍ତି । ଏହି ଝଗଡାକୁ କେନ୍ଦ୍ରକରି ରାତିରେ ହତ୍ୟା କରିଛନ୍ତି ବୋଲି ନକୁଳର ମା ବିଶିକା ସାମଲ ଅଭିଯୋଗ କରିଛନ୍ତି । ଉକ୍ତ ଅଭିଯୋଗ ଆଧାରରେ ବ୍ରହ୍ମଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ସାଇଣ୍ଟିଫିକ୍‌ ଟିମ୍‌ ଆସିବା ପରେ ଅଧିକ ତଦନ୍ତ କରାଯିବ ବୋଲି ପୋଲିସ ସୂଚନା ଦେଇଛି । ହତ୍ୟା କରିଥିବା ବ୍ୟକ୍ତିଙ୍କୁ ନ ବାନ୍ଧିବା ପର୍ଯ୍ୟନ୍ତ ମୁଁ ଲାସ୍‌ ଛାଡିବିନି ବୋଲି କହିଛନ୍ତି ମୃତକଙ୍କ ପରିବାର ଲୋକେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.