ମେଷ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର, ସୋମବାର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାରେ ନିଜର ପରାକାଷ୍ଠା ପ୍ରଦର୍ଶନ କରିବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ କର୍ମକୁ ନେଇ ଗୌରବାନ୍ୱିତ ମନେ କରିବେ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର କୃତ୍ତିକା ମେଷ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁହନୁମାନ ।
ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ରଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲା ବେଳେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତାବେଳେ ବାକ୍ ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ଓ ରୋହିଣୀ ବୃଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ତୃତୀୟ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମନରେ ଦୃଢ଼ ଇଚ୍ଛା ଶକ୍ତି, ଆତ୍ମ ବିଶ୍ୱାସ ପ୍ରକାଶପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଯେଉଁମାନଙ୍କର ମୃଗ ଶିରା ଓ ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ:ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଘାତଚନ୍ଦ୍ରଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋ ମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ କିମ୍ବା ମାଲି ମକଦ୍ଦମାରେ ପଡ଼ି ପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଲେଷା କର୍କଟ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା: ୩, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର, ସୋମବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁ ସମ୍ପର୍କ, ପରିବାରରେ ସୁଖ ଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ,ସଂଖ୍ୟା: ୧୧, ଆରାଧନା : ମା’ ମାତଙ୍ଗୀ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର, ଦ୍ୱାଦଶୀ ତିଥି ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ, ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତକର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
ତୁଳା : ଏକାଦଶଚନ୍ଦ୍ର, ସୋମବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ, ସଞ୍ଚୟରେ ଅଧିକ ଧନ ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖାତୁଳା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଦଶମଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ କର୍ମ ନିଯୁକ୍ତିର ସୁଯୋଗ ମିଳିପାରେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେ କୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତାପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶତଳା, କର୍ମ ତତ୍ପରତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ରହିବ । ଯେଉଁମାନଙ୍କର ବିଶାଖା ବିଛା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା :ପ୍ରଭୁହନୁମାନ ।
ଧନୁ : ନବମ ଚନ୍ଦ୍ର, ସୋମବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ ଓ ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
ମକର : ଘାତଚନ୍ଦ୍ର ଓ ଘାତତିଥି ଯୋଗୁମନରେ ବିରକ୍ତି ଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକକାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟବ୍ୟବହାର ଓ ଯାନବାହନ ଆରୋହଣକାଳରେ ସର୍ତକତା ଅବଲମ୍ବନ କରିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠାମକର ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
କୁମ୍ଭ : ସପ୍ତମଚନ୍ଦ୍ର, ସୋମବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଓ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । କର୍ମରେ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ ।ଯେଉଁମାନଙ୍କର ପୂର୍ବଭାଦ୍ରକୁମ୍ଭ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :କଫି, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
ମୀନ : ଷଷ୍ଠଚନ୍ଦ୍ର, ସୋମବାର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩