ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଏହି ରାଶିର ବ୍ୟକ୍ତି ପାଇବେ ଉଚ୍ଚ ପଦବୀ ଏବଂ ସମ୍ମାନ, ଜାଣନ୍ତୁ ଆପଣଙ୍କ ଭାଗ୍ୟଫଳ…

Published By : Harapriya Sethi | October 4, 2024 6:51 AM

ମେଷ: ସପ୍ତମ ଚନ୍ଦ୍ର ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନର ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗପ୍ରାପ୍ତ କରିବେ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୬, ଆରାଧନା: ପ୍ରଭୁହନୁମାନ ।

ବୃଷ: ଷଷ୍ଠଚନ୍ଦ୍ର, ଶୁକ୍ରବାର ଯୋଗୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ, ବ୍ୟବସାୟ ଆରମ୍ଭ କିମ୍ବା କର୍ମାରମ୍ଭ କରିପାରନ୍ତି । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା: ମା’ କମଳା ।

ମିଥୁନ: ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଜମିଜମା ବିବାଦ, ପାରିବାରିକ ବିବାଦ ଉଗ୍ର ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ତୃତୀୟଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କୌଣସି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇ ପାରନ୍ତି । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପ୍ରଭୁ ଗଜାନନ ।

କନ୍ୟା: ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଧନ ଓ ଆୟ ଅଧିକ କରିବା ପାଇଁ ନୂତନ ଯୋଜନା କରିବେ । ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରି ପାଇବେ ଏବଂ ଧନର ସତ୍‌ବିନିଯୋଗ କରିବେ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ଖ୍ୟାତି, କୀର୍ତ୍ତିର ବିକାଶ ଘଟିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା :   ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକସ୍ଥିତି ପ୍ରଭାବିତ ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଘାତବାର ଏବଂ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

ମକର : ଦଶମ ଚନ୍ଦ୍ର ଯୋଗୁ ନୂତନ ଭୂମିପୂଜା, ଗୃହପ୍ରତିଷ୍ଠା, ଗୃହାରମ୍ଭ କିମ୍ବା ନୂତନ କର୍ମାରମ୍ଭ କରିପାରନ୍ତି । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, ତତ୍ପରତା, କାର୍ଯ୍ୟଦକ୍ଷତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୭, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ :   ନବମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ମହତ୍‌ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଭାଗ୍ୟ ଓ ଭବିଷ୍ୟତପ୍ରତି ଅଧିକ ଆଶାବାଦୀ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

ମୀନ :   ଅଷ୍ଟମଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ବିରକ୍ତିଭାବ ଏବଂ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ଉତ୍ତରା ଭାଦ୍ରମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.