PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୁଷୋତ୍ତମପୁର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ପଦ୍ମପୁର : ଭିଜିଲାନ୍ସ ଜାଲରେ ଲାଞ୍ଚୁଆ କୃଷି ଅଧିକାରୀ, ଲାଇସେନ୍ସ ବାତିଲ କରିବାକୁ ଧମକ ଦେଇ ସାର ଡିଲରଙ୍କ ଠାରୁ ନେଉଥିଲେ ଲାଞ୍ଚ
  • ||
  • ଭୁବନେଶ୍ଵର : ଏଥର ହେବନି ରାଜ୍ୟସ୍ତରୀୟ ପରେଡ, ଭାଗ ନେବେନି ସ୍କୁଲ ଛାତ୍ରଛାତ୍ରୀ
  • ||
  • ପୁରୀ : ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବତୀ, ବ୍ଲୁଫ୍ଲାଗ୍ ବିଚ୍‌ରୁ ଉଦ୍ଧାର ହେଲା ମୃତଦେହ
  • ||
  • ଜୁଜୁମରା : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ଘଉଡ଼ାଇବା ବେଳେ ଅଘଟଣ, ବନ କର୍ମଚାରୀଙ୍କ ହାତରେ ଫୁଟିଗଲା ବାଣ
  • ||
  • ବିହାରରେ ଭାଙ୍ଗିଲା ଏନ୍‌ଡିଏ ମେଣ୍ଟ: ଅଲଗା ହେଲା ବିଜେପି-ଜେଡିୟୁର ରାସ୍ତା, ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ
  • ||

କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାଜପଥ ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ରାୟଗଡ଼ା, ୩୦/୦୫ : ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ନାଇଡୁପେଟା ଠାରେ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତେଜନା ଦେଖାଦେଇଛି। ଗ୍ରାମବାସୀମାନେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାଜପଥ ଉପରେ ଯାନବାହନ ଚଳାଚଳ ଠପ୍ ହୋଇଯାଇଛି।

ଘଟଣାରୁ ପ୍ରକାଶ ଯେ, ନାଇଡୁପେଟା ଗ୍ରାମର ଜି. ତ୍ରୀବେଣି ନାମକ ଜଣେ ମହିଳା କରୋନା ଆକ୍ରାନ୍ତ ହୋଇ ଗତକାଲି ଜେକେପୁର କୋଭିଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଗତକାଲି ସକାଳୁ ଭର୍ତ୍ତି ହୋଇ ଚିକିତ୍ସା ଚାଲିଥିଲା। ତେବେ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ମିଳିବା ପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ଜେକେପୁର କୋଭିଡ ମେଡିକାଲ ଠାରେ ରୋଗୀଙ୍କ ଠିକ୍ ଚିକିତ୍ସା ହେଉନଥିବା ଅଭିଯୋଗ କରି ଆଜି ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହାପରେ ନିକଟସ୍ଥ ଅନ୍ୟ ଗ୍ରାମବାସୀମାନେ ମିଳିତ ଭାବେ ରାସ୍ତା ଅବରୋଧ କରିଛନ୍ତି। ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ମୃତ୍ୟୁର ସଠିକ କାରଣ ଘୋଷଣା କରିବା ସହ ମୃତକଙ୍କ ପରିବାରକୁ ସହାୟତା ଦାବି କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ରାସ୍ତାରୋକ ଯୋଗୁଁ ରାଜପଥରେ ସମସ୍ତ ଯାନବାହନ ଚଳାଚଳ ଠପ୍ ହୋଇପଡିଛି।