ଭୁବନେଶ୍ବର, ୧୬।୧୨ :ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି। ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି। ଭୟଶୂନ୍ୟ ହେଉଛନ୍ତି ଅପରାଧୀ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ୍ସରେ ଉଲ୍ଲେଖ କରିଛନ୍ତି।

ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ?  ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି ନବୀନ ଉଲ୍ଲେଖ କରିଛନ୍ତି ।