ପ୍ରମୂଖ ଖବର
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ବିଦ୍ୟୁତ୍ ଜନିତ ଅଘଟଣ; ଝିଆରୀ ବଞ୍ଚିଗଲା, ବଞ୍ଚାଇବାକୁ ଯାଇ ବଡ଼ବାପା ଚାଲିଗଲେ

Published By : Harapriya Sethi | August 25, 2025 11:05 AM

ପାଟଣା, ୨୫/୦୮: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଚିନାମାଳିପଶି ଗ୍ରାମର ତଣ୍ଡିଆ ସାହିରେ ଅଘଟଣ । ବିଦ୍ୟୁତ୍ ଆଘାତରୁ ଝିଆରୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବଡ଼ବାପାଙ୍କ ଜୀବନ । ମୃତକ ହେଲେ ଦୁର୍ଯ୍ୟୋଧନ ବେହେରା । ଏହି ଦୁର୍ଘଟଣାରେ ଝିଆରୀ ଅଞ୍ଜଳି ବେହେରା ଓ କକା ଦୁଃଶାସନ ବେହେରା ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଚିକିତ୍ସା ପାଇଁ ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ସୋମବାର ସକାଳୁ ଝିଆରୀ ଅଞ୍ଜଳି ବେହେରା ଲୁଗା ଶୁଖାଉଥିଲେ । ଏହି ସମୟରେ ସେ ବିଦ୍ୟୁତ୍ ତାର ସଂସ୍ପର୍ଷରେ ଆସିଥିଲେ । ଏହା ଦେଖି ବଡ଼ବାପା ଏବଂ କକା ଅଞ୍ଜଳିଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ । ହେଲେ ଦୁର୍ଭାଗ୍ୟବଶତଃ ବିଦ୍ୟୁତ୍ ଆଘାତରେ ବଡ଼ବାପା ଦୁର୍ଯ୍ୟୋଧନ ବେହେରା ମୃତ୍ୟୁ ହୋଇଥିଲା । ଏହି ଦୁର୍ଘଟଣାରେ ଝିଆରୀ ଅଞ୍ଜଳି ବେହେରା ଓ କକା ଦୁଃଶାସନ ବେହେରା ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ  ପାଟଣା ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.