ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଆଇସିଏଆର୍‌ରେ ପିଜି ଏବଂ ପିଏଚ୍‌ଡି ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁନ୍‌ ୫ ଯାଏ ଆବେଦନ

Published By : Harapriya Sethi | May 7, 2025 8:49 AM

ଭୁବନେଶ୍ୱର,୦୭/୦୫: ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର୍‌) ରେ ପିଜି ଓ ପିଏଚ୍‌ଡି ନାମଲେଖା ପାଇଁ ହେବ ପ୍ରବେଶିକା ପରୀକ୍ଷା । ଏନେଇ ବୁଧବାରଠୁ ଆବେଦନ ଆରମ୍ଭ ହୋଇଛି । ଆସନ୍ତା ଜୁନ୍‌ ୫ ତାରିଖ ଯାଏ ଆବେଦନର ସୁଯୋଗ ମିଳିବ । ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୱେବ୍‌ସାଇଟ୍‌ ମାଧ୍ୟମରେ ଅନ୍‌ଲାଇନ ଆବେଦନ କରିବେ ଇଚ୍ଛୁକ ଛାତ୍ରଛାତ୍ରୀ । 

ଏନ୍‌ଟିଏର ସୂଚନା ଅନୁଯାୟୀ, ଏଆଇଇଇଏରେ ପିଜି ନାମଲେଖା ଓ ଏଆଇସିଇରେ ଜୁନିଅର ରିସର୍ଚ୍ଚ ଫୋଲେସିପ୍‌ (ଜେଆର୍‌ଏଫ୍‌) କିମ୍ବା ସିନିଅର ରିସର୍ଚ୍ଚ ଫେଲୋସିପରେ ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ନାମଲେଖା ହେବ । ଜୁନ୍‌ ୭ରୁ ୯ ତାରିଖ ଯାଏ ଆବେଦନ ଫର୍ମ ସଂଶୋଧନର ସୁଯୋଗ ଦିଆଯିବ । ଜୁଲାଇ ୩ରେ ପରୀକ୍ଷା ହେବ । କମ୍ପ୍ୟୁଟର ବେସଡ୍‌ ଟେଷ୍ଟ (ସିବିଟି) ମୋଡ୍‌ରେ ପରୀକ୍ଷା ହେବ । ଅବ୍‌ଜେକ୍ଟିଭ୍‌ ଟାଇପ୍‌ର ମଲ୍ଟିପୁଲ୍‌ ଚଏସ୍‌ ପ୍ରଶ୍ନ ଆସିବ । ଇଂରାଜୀ ମାଧ୍ୟମରେ ପରୀକ୍ଷା ହେବ । ୨ ଘଣ୍ଟାର ସମୟ ଦିଆଯିବ । ଏନେଇ ସମସ୍ତ ସୂଚନା ଏନ୍‌ଟିଏ ୱେବ୍‌ସାଇଟ୍‌ www.nta.ac.inରେ ଉପଲବ୍ଧ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.