PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ବାଇକ ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ

ଗୋଚ୍ଛାପଡା, ୨୫/୫ : ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ପଲାବ୍ରୁଡି ପଞ୍ଚାୟତର ନେଡିପଦର ଗାଁ ନିକଟରେ ବାଇକ ଦୁର୍ଘଟଣାରେ ଜଣେ କାଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ପଳାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର କୈଳାଶ କହଁରଙ୍କ ପୁଅ ବିକାଶ କହଁର (୧୮ ବର୍ଷ)। ସେ ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟରେ ଯୁକ୍ତ ଦୁଇରେ ପାଠ ପଢୁଥିଲେ।

ସୂଚନା ଅନୁସାରେ, ବିକାଶ କୌଣସି ଏକ କାମରେ ବାଇକ ଯୋଗେ ଜଣେ ସାଙ୍ଗ ସହ ଯାଉଥିଲେ। ଏହି ସମୟରେ ଫିରିଙ୍ଗିଆ-ଗୋଛାପଡା ମୁଖ୍ୟ ରାସ୍ତାର ନେଡିପଦର ନିକଟରେ ରାସ୍ତା କଡରେ ପଡିରହିଥିବା ଏକ କାଠ ଗଣ୍ଡିରେ ବାଇକଟି ବାଡେଇ ହୋଇଥିଲା। ଯାହାଫଳରେ ସେ ଗାଡିରୁ ଛିଟିକି ପଡିଥିଲେ। ଗୁରୁତର ଅବସ୍ଥାରେ ରାସ୍ତା କଡରେ ପଡି ରହିଥିବା ଦେଖି ସ୍ଥାନୀୟ ଗ୍ରାମବାସୀ ତାଙ୍କୁ ପ୍ରଥମେ ଗୋଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ସ୍ଥାନାନ୍ତର କରାଯାଇଥିଲା। ବୁଧବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଗୋଛାପଡା ପୋଲିସ ମେଡିକାଲରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଗୋଛାପଡା ଥାନାରେ ଏନେଇ ୬୭/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା କହିଛନ୍ତି ଥାନା ଅଧିକାରୀ ରଞ୍ଜିତ କୁମାର ମୁନି।