PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଅଧାରେ ରହିଗଲା ପୁରୀ ଯାତ୍ରା, ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା

ଭୁବନେଶ୍ଵର, ୦୧/୦୭ : ପବିତ୍ର ରଥଯାତ୍ରାରେ ଆରପାରିକୁ ଚାଲିଗଲେ ବରିଷ୍ଠ ଫଟୋଗ୍ରାଫର ଅଶୋକ ପଣ୍ଡା। ଶୁକ୍ରବାର ରଥଯାତ୍ରାରେ ଫଟୋ ଉଠାଇବା ପାଇଁ ଭୁବନେଶ୍ଵରରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ପୁରୀ ସାତଶଙ୍ଖ ନିକଟରେ ଦୁର୍ଘଟଣା ଘଟି ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ ସମୟ ଖବରକାଗଜରେ ଫଟୋଗ୍ରାଫର ଭାବେ କାର୍ଯ୍ୟରତ ଥିଲେ। ମୃତ୍ୟୁ ବେଳକୁ ଅଶୋକ ପଣ୍ଡାଙ୍କ ବେକରେ ରଥଯାତ୍ରାର ଏକ କାର୍ଡନ ପାସ୍ ଝୁଲି ରହିଛି। ଏହି ଚିତ୍ର ସମସ୍ତଙ୍କୁ ବ୍ୟଥିତ କରିଛି।

ସୂଚନାନୁଯାୟୀ, ଅଶୋକ ପଣ୍ଡାଙ୍କ ମରଶରୀରକୁ ଏବେ କ୍ୟାପିଟାଲ ହସ୍ପିଟାଲକୁ ଅଣାଯାଇଛି। ପୋଷ୍ଟମର୍ଟମ ହେବା ପରେ ତାଙ୍କର ମରଶରୀର ପରିବାରକୁ ହସ୍ତାନ୍ତର କରାଯିବ। ସ୍ଵର୍ଗତ ପଣ୍ଡାଙ୍କ ଘର ମୟୁରଭଞ୍ଜ ଜିଲ୍ଲାର ବୈଶିଙ୍ଗାରେ I ତାଙ୍କର ୧୦ ବର୍ଷର ଏକମାତ୍ର ଝିଅ ଓ ପତ୍ନୀ କଳ୍ପନା ଛକସ୍ଥ ସରକାରୀ କ୍ଵାଟରରେ ରହୁଛନ୍ତି I ତାଙ୍କ ମୃତ୍ୟୁ ଖବର ପ୍ରଚାର ହେବା ମାତ୍ରେ ସାରା ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି I