PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ସୋଆ ଫଟୋଗ୍ରାଫି କ୍ଲବ୍‌ ପକ୍ଷରୁ କର୍ମଶାଳା, ବିବାହ ଏବଂ ପୋଟ୍ରେଟ୍ ଫଟୋଗ୍ରାଫି ଶିଖିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର ୫/୦୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫଟୋଗ୍ରାଫି କ୍ଲବ୍‌ ପକ୍ଷରୁ ସୋମବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସୋଅ। ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଏହି କର୍ମଶାଳାର ଆୟୋଜନ କରାଯାଇଥିବା ବେଳେ ନିକନ୍‌ ଇଣ୍ଡିଆ ପକ୍ଷରୁ ଏହାର ପରିଚାଳନା କରାଯାଇଥିଲା । ନିକନ୍‌ ଇଣ୍ଡିଆ ମେଂଟର୍‌ ଶ୍ରୀ ଆଶୁତୋଷ ସାହୁ, ଶ୍ରୀ ଦେବାଂଶୁ ପଟ୍ଟନାୟକ ଏବଂ ଶ୍ରୀ ଦେବେଶ କୁମାର ମାଝି କର୍ମଶାଳାରେ ଅତିଥି ବକ୍ତା ଭାବେ ଯୋଗ ଦେଇଥିଲେ ।

ଏହି କର୍ମଶାଳାରେ ଛାତ୍ରଛାତ୍ରୀ ବାହାଘର ଏବଂ ପୋଟ୍ରେଟ୍‌ ଫଟୋଗ୍ରାଫ ସମ୍ପର୍କରେ ବିଭିନ୍ନ ଜ୍ଞାନ ଆହରଣ କରିଥିଲେ । ଏଥି ସହିତ କ୍ୟାମେରା ଗିୟର୍ସ ସମ୍ପର୍କରେ ମଧ୍ୟ ଶିଖିଥିଲେ । ଛାତ୍ରଛାତ୍ରୀମାନେ କେବଳ ଫଟୋଗ୍ରାଫିର ପ୍ରକ୍ରିୟା ନୁହେଁ ବରଂ ଫଟୋ ଉଠାଇବା ପଛରେ ଥିବା ଆବେଗକୁ ମଧ୍ୟ ଶିଖିବାକୁ ଚେଷ୍ଟା କରିଥିଲେ ଓ ଫଟୋଗ୍ରାଫିର ଗୁରୁତ୍ୱ ଉପଲବ୍ଧି କରିଥିଲେ । କର୍ମଶାଳାରେ ସୋଆ ଛାତ୍ର ମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, କମ୍ପ୍ୟୁଟର ସାଇନ୍ସ ବିଭାଗର ମୁଖ୍ୟ ପ୍ରଫେସର ଦେବାହୁତି ମିଶ୍ର, ଆସିଷ୍ଟାଂଟ ପ୍ରଫେସର ଡକ୍ଟର ସତୀଶ ସାମଲ୍‌ ଏବଂ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ଜଗସିର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।