ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥିରେ ଜିଲ୍ଲା କଂଗ୍ରେସର ଶ୍ରଦ୍ଧାଞ୍ଜଳି

Published By : Rasmita Pradhan | October 31, 2024 10:21 AM

ଫୁଲବାଣୀ, ୩୧/୧୦ : ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୪୦ ତମ ପୂଣ୍ୟତିଥିରେ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସ୍ଥାନୀୟ ମାଦିକୁନ୍ଦା ଛକଠାରେ ଥିବା ଇନ୍ଦିରାଙ୍କ ପ୍ରତିମୂର୍ତ୍ତି ନିକଟରେ ଜିଲ୍ଲା କଂଗ୍ରେସ ନେତା ଓ କର୍ମୀ ସମବେତ ହୋଇ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ। ଦେଶ ପାଇଁ ଇନ୍ଦିରା ଗାନ୍ଧୀଙ୍କ ଅବଦାନ ଓ ବଳିଦାନ ଇତିହାସରେ ସ୍ଵର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ ବୋଲି ଦଳୀୟ ନେତା କହିଥିଲେ। 

ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ରଶେଖର ପରିଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ସାଂସଦ ରାଧାକାନ୍ତ ଦିଗାଲ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ପୂର୍ବତନ କାଉନସିଲର ସୂର୍ଯ୍ୟକାନ୍ତ ଦାଶ, ଯୁବନେତା ବସନ୍ତ କୁମାର ପାଢ଼ୀ, ବରିଷ୍ଠ ନେତା ବିଜୟ ମହାନ୍ତି, ଘନକୁମାର ଶବର, ରଜତ ମହାନ୍ତି, ହେମନ୍ତ କର, ଦୁର୍ଯ୍ୟୋଧନ ପଟ୍ଟନାୟକ, ସଞ୍ଜୟ କହଁର, ସୁବାଷ ବେହେରା, ସଂସାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.