ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ଭାରସାମ୍ୟ ହରାଇ ଶ୍ରମିକ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୭ ଗୁରୁତର

Published By : Harapriya Sethi | January 22, 2025 9:27 AM

ଜଳେଶ୍ୱର, ୨୨/୦୧: ଘନ କୁହୁଡ଼ି ଓ ଡ୍ରାଇଭରଙ୍କ ବେପାରୁଆ ଗାଡି ଚାଳନା ଯୋଗୁଁ  ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଶ୍ରମିକ ବୋଝେଇ ପିକଓପ୍‌ ଭ୍ୟାନ୍‌ । ସେହି ଗାଡ଼ିରେ ୪୦ରୁ ଉର୍ଦ୍ଧ୍ୱ ଶ୍ରମିକ ଯାତ୍ରା କରୁଥିବା ବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନମ୍ବର ରାଜ୍ୟ ରାଜପଥ ବାଣୀଦା ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମୟୁରଭଞ୍ଜ ଜିଲ୍ଲାର ବାରିପଦା ଥାନା ଅଞ୍ଚଳର ୪୦ରୁ ଉର୍ଦ୍ଧ୍ୱ ଶ୍ରମିକ ଏକ ପିକଅପ୍‌ ଭ୍ୟାନ୍‌ରେ ତଳିରୋଇ କାମ କରିବା ପାଇଁ ବାଲେଶ୍ୱର ଜିଲ୍ଲାର କମର୍ଦ୍ଦା ଅଞ୍ଚଳକୁ ଆସୁଥିଲେ । ଏହି ସମୟରେ ବାଟରେ ଘନ କୁହୁଡ଼ି ଓ ଡ୍ରାଇଭରର ବେପାରୁଆ ଗାଡିଚାଳନା ଯୋଗୁଁ  ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନମ୍ବର ରାଜ୍ୟ ରାଜପଥ ବାଣୀଦା ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ୭ ଜଣ ଶ୍ରମିକ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଛି ପୋଲିସ । ସେପଟେ ନାମ୍ପୋ ଫାଣ୍ଡି ଉକ୍ତ ଗାଡିଟିକୁ ଜବତ କରି ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.