ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ରେଢାଖୋଲ ଧଉରାଖମନ ନିକଟରେ ଓଲଟିଲା ପିକ୍‌ଅପ୍ ଭ୍ୟାନ୍: ୨୨ ଆହତ,୮ ଗୁରୁତର

Published By : Prameya | January 30, 2025 11:03 AM

ଭୁବନେଶ୍ୱର ୩୦/୦୧: ରେଢାଖୋଲରେ ଓଲଟିଲା ପିକଅପ ଗାଡି। ଦୁର୍ଘଟଣାରେ ସଂକୀର୍ତ୍ତନ୍ନ ଦଳର ୨୨ ଜଣ ଆହତ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତିି। ସମସ୍ତଙ୍କୁ ସ୍ଥାନୀୟଲୋକ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ପଠାଇଥିବା ସୂଚନା ମିଳିଛି। 

ସୂଚନା ମୁତାବିକ, ଗୁରୁବାର ଏକ ସଂକୀର୍ତ୍ତନ୍ନ ଦଳ କାମ ସାରି ସୋନପୁରରୁ ବୌଦ୍ଧକୁ ଫେରୁଥିଲେ ।  ରେଢାଖୋଲ କଦଳୀଗଡ ଧଉରାଖମନ ନିକଟ ଏକ ବୁଲାଣୀରେ ପିକ୍‌ଅପ୍ ଗାଡ଼ି ଭାରସାମ୍ୟ ହରାଇଥିଲା। ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିପାରିନଥିଲେ। ଫଳରେ ଗାଡ଼ି ଭାରସାମ୍ୟ ହରାଇ ରାସ୍ତା ମଝିରେ ଓଲଟିପଡ଼ିଲା। ଗାଡ଼ିରେ ଥିବା ସଂକୀର୍ତ୍ତନ୍ନ ଦଳ କିଛି ସଦସ୍ୟ ଗାଡ଼ି ବାହରକୁ ଛିଟିକି ପଡ଼ିଥିବା ବେଳେ କିଛି ତଳେ ଚାପିହୋଇ ରହିଥିଲେ । ସ୍ଥାନୀୟଲୋକ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହ ମେଡିକାଲକୁ ପଠାଇଥିଲେ। ଦୁର୍ଘଟଣା ୨୨ ଜଣ ଆହତ ହୋଇଥିବା ବେଳେ ୮ ଗୁରୁତର ହୋଇଥିବା ଜଣାପଡିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.