ପ୍ରମୂଖ ଖବର
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ଟାଟା ଏସିଇ-ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୩ ଗୁରୁତର

Published By : Soubhagya Ranjan | June 14, 2025 7:51 PM

ହିଞ୍ଜିଳିକାଟୁ,୧୪।୦୬: ୫୯ ନ° ଜାତୀୟ ରାଜପଥ ହିଞ୍ଜିଳି ଥାନା ଅନ୍ତର୍ଗତ ସମରଝୋଳ ଛକ ନିକଟରେ ଶନିବାର ଗୋଟିଏ ଟାଟା ଏସିଇ ସହ ପିକଅପ୍ ଭ୍ୟାନର ମୁହାଁମୁହିଁ ଧକ୍କା ଘଟିଛି। ଦୂର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ମାନେ ହେଲେ ହିଞ୍ଜିଳି ଥାନା ଗୋଦରାପଲ୍ଲୀ ଗାଁର ଏନ୍. ଲିଙ୍ଗରାଜ (୨୯), ବ୍ରହ୍ମପୁର ସଦର ଥାନା କୁକୁଡାଖଣ୍ଡି ଗାଁର ଜି. ଶଙ୍କର (୨୫) ଓ ମାସ୍ ନାୟକ (୨୬) । ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛି। ଦୂର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି। 

ପ୍ରକାଶଥାଉକି, ଶନିବାର ଏକ ଚାଉଳ ବୋଝେଇ ପିକଅପ୍ ଭ୍ୟାନ୍ ହିଞ୍ଜିଳିକାଟୁ ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ବିପରୀତ ଦିଗରୁ ଆସୁଥିବା ଏକ ଟାଟା ଏସିଇ ସହ ସମରଝୋଳ ଛକ ନିକଟ ଜାତୀୟ ରାଜପଥ ଉପରେ ମୁହାଁମୁହିଁ ଧକ୍କା ଘଟିଥିଲା। ଦୁର୍ଘଟଣାରେ ଟାଟା ଏସିଇ ଗାଡ଼ିରେ ଯାତ୍ରା କରୁଥିବା ୩ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା। ଆହତମାନଙ୍କୁ ହସ୍ପିଟାଲ ପଠାଇବା ସହିତ ଉଭୟ ଗାଡିକୁ ପୁଲିସ ଜବତ କରି ଘଟଣାର ତଦନ୍ତ ଚଳାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.