ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବୃଦ୍ଧଙ୍କୁ ଧକ୍କା ଦେଇ ଓଲଟିଲା ପିକଅପ୍ ଭ୍ୟାନ୍‌, ବୃଦ୍ଧ ମୃତ

Published By : Harapriya Sethi | December 13, 2024 12:38 PM

ଆଠଗଡ଼, ୧୩/୧୨: ସୁନାପାଳ କୋଲେଶ୍ବର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ । ବୃଦ୍ଧଙ୍କ ଉପରେ ଚଢ଼ିଯାଇ ଓଲଟିଲା ଗାଡ଼ି । ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତକ ଶ୍ରତ୍ରୁଘ୍ନ ପୃଷ୍ଟି (୭୫) ବୋଲି ଜଣାପଡ଼ିଛି । ଦୁର୍ଘଟଣା ଘଟାଇ ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇଛି । କଟକ ଜିଲ୍ଲା ଆଠଗଡ ଅଞ୍ଚଳର ବଡ଼ମ୍ବା କୋଲେଶ୍ୱର ମନ୍ଦିର ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୃଦ୍ଧ ଜଣକ ଯାଉଥିବା ବେଳେ ଏକ ପିକଅପ୍‌ ଭ୍ୟାନ୍‌ ତାଙ୍କ ଉପରେ ଚଢି ଓଲଟି ପଡ଼ିଥିଲା । ଫଳରେ ଘଟଣା ସ୍ଥଳରେ ହିଁ ବୃଦ୍ଧ ଜଣକ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଏହାରି ମଧ୍ୟରେ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ମାରିଥିଲା । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.