ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ୱ ଆହତ

Published By : Harapriya Sethi | January 10, 2025 7:50 AM

ରଣପୁର,୧୦/୦୧: କାଳିଜାଇ ଯିବା ବେଳେ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ । ଜଣ୍ଡିସି ଛକରେ ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା ପିକ୍‌ନିକ୍‌ ବସ୍‌ । ବସ୍‌ରେ ୪୦ ଜଣ ଯାତ୍ରୀ ଯାତ୍ରା କରୁଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ଏବଂ ଜଣେ ପ୍ରାଣ ହରାଇଛନ୍ତି । ସମସ୍ତ ଆହତଙ୍କୁ ରଣପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବା ବେଳେ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଏକ ଯାତ୍ରୀବହୀ ବସ୍‌ ଗୁଣ୍ଠୁଣି ଗାଁରୁ ୪୦ ଜଣ ଯାତ୍ରୀଙ୍କୁ ନେଇ କାଳିଜାଇ ଯାଉଥିଲା । ଏହି ସମୟରେ ଜଣ୍ଡିସି ଛକରେ ପିକ୍‌ନିକ୍‌ ବସ୍‌ଟି ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସି ପଡ଼ିଥିଲା । ଫଳରେ ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ଜଣେ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ । ସେମାନଙ୍କ ମଧ୍ୟରୁ ଆହତଙ୍କୁ ରଣପୁର ମେଡ଼ିକାଲରେ ଭର୍ତ୍ତି କରିଥିଲେ । ଆହତଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.