ପୁରୀ, ୧୮/୦୯ : ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି। ବୁଧବାର ଠାରୁ ପିତୃପକ୍ଷ ଆରମ୍ଭ ହୋଇଥିବା ବେଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଗହଳି ଦେଖିବାକୁ ମିଳିଛି। ବହୁ ଲୋକ ନିଜ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି।
ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ କରୁଛନ୍ତି। ଦୀର୍ଘ ୧୫ ଦିନ ଧରି ପିତୃପୁରୁଷମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧି ରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁ ରହିବ।