PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆସାମ ବନ୍ୟା ପୀଡିତଙ୍କ ପାଇଁ ସାହାଯ୍ୟର ହାତ ବଢାଇଲେ ଫିଲ୍ମ ନିର୍ମାତା କରନ ଜୋହର, ରିଲିଫ ପାଣ୍ଠିକୁ ଦେଲେ ୧୧ଲକ୍ଷ
  • ||
  • ଭୁବନେଶ୍ବର : କଂଗ୍ରେସ ବିଧାୟକ ରାଜନ ଏକ୍କାଙ୍କୁ ଭେଟିଲେ ବିଜେଡି ଟିମ୍, ରାଷ୍ଟ୍ରପତି ପ୍ରାର୍ଥି ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ କଲେ ନିବେଦନ
  • ||
  • କଟକ : ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ଚଳିତ ବର୍ଷ ପାସ ହାର ୯୦.୫୫
  • ||
  • ନିଶ୍ଚିନ୍ତକୋଇଲି : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ସୁକରପଡା ଗାଁରେ ପାରିବାରିକ କଳହରୁ ମା’କୁ ହତ୍ୟା କରିଛି ପୁଅ
  • ||
  • ଆନନ୍ଦପୁର : ଶାଳବଣୀ ଛକ ନିକଟରେ ଟାୟାର ଫାଟିଯିବାରୁ ପୋଲିସ ହାବୁଡରେ ଧରାପଡିଲା ବେଆଇନ ଗୋ-ଚାଲାଣ ଟ୍ରକ, ଜବତ କଲା ଆନନ୍ଦପୁର ପୋଲିସ
  • ||
  • ଭୁବନେଶ୍ୱର : ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ଘଟଣା, ପ୍ରେମିକ ସନ୍ତୋଷ ପାତ୍ର ରାଉରକେଲା ବାସନ୍ତୀକଲୋନୀରେ ଆତ୍ମହତ୍ୟା କରିଛନ୍ତି
  • ||
  • ରାଉରକେଲା : ରାଉରକେଲାରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାୟଗଡ଼ା : ଚାନ୍ଦିଲି ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ହାତୀଖମ୍ବ ଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ, ୩୦ ଆହତ
  • ||

ପି.କେ ମିଶ୍ର, ନୃପେନ୍ଦ୍ର ମିଶ୍ରଙ୍କୁ କ୍ୟାବିନେଟ ର‌୍ୟାଙ୍କ

ନୂଆଦିଲ୍ଲୀ,୧୧ ।୬(ଏଜେନ୍ସି): ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରଧାନ ସଚିବ ପି.କେ ମିଶ୍ରଙ୍କୁ କ୍ୟାବିନେଟ ର‌୍ୟାଙ୍କ ପ୍ରଦାନ କରାଯାଇଛି । ଏଥିସହ ଉଭୟ ବ୍ୟୁରୋକ୍ରାଟଙ୍କ କାର୍ଯ୍ୟକାଳ ଆହୁରି ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ନିଯୁକ୍ତି ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ ବୈଠକରେ ଉଭୟଙ୍କ କାର୍ଯ୍ୟକାଳ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ସରକାର ପରିଚାଳନା, ପ୍ରଶାସନିକ କାର୍ଯ୍ୟ ଓ ବିଭିନ୍ନ ନିଯୁକ୍ତି କ୍ଷେତ୍ରରେ ଉଭୟ ସଚିବଙ୍କ ପ୍ରମୁଖ ଅବଦାନ ରହିଛି । ସେଥିପାଇଁ ଗତକାଲି ମୋଦି ବିଭିନ୍ନ ସଚିବଙ୍କ ସହ ଆଲୋଚନା କଲା ବେଳେ ସେମାନଙ୍କ କାର୍ଯ୍ୟଦକ୍ଷତାକୁ ଉଚ୍ଚ ପ୍ରଶଂସା କରିଥିଲେ ।

୧୯୬୭ ବ୍ୟାଚ୍‌ ୟୁପି କ୍ୟାଡର ଆଇଏଏସ୍‌ ନୃପେନ୍ଦ୍ର ମିଶ୍ର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ)ର ପ୍ରଧାନ ସଚିବ ଭାବେ କାର୍ଯ୍ୟ କରୁଥିଲା ବେଳେ ୧୯୭୨ ବ୍ୟାଚ୍‌ ଗୁଜରାଟ କ୍ୟାଡର ଆଇଏଏସ୍‌ ପି.କେ ମିଶ୍ର ଅତିରିକ୍ତ ପ୍ରଧାନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଗତମାସରେ କେନ୍ଦ୍ର ସରକାର ଜାତୀୟ ନିରାପତ୍ତା ପରାମର୍ଶଦାତା (ଏନ୍‌ଏସଏ) ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ଆହୁରି ୫ ବର୍ଷ ବଢ଼ାଇବା ସହିତ ତାଙ୍କୁ କ୍ୟାବିନେଟ ର‌୍ୟାଙ୍କ ପ୍ରଦାନ କରିଥିଲେ ।