ମେଷ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ମାନ, ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗେରିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଅଷ୍ଟମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ସୃଷ୍ଟି ହେବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଧାର୍ମିକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା: ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ବିଷ୍ଣୁ ।

ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, କର୍ମରେ ବିଘ୍ନ ଘଟିବ ଏବଂ ସେମାନେ ବିଶୃଙ୍ଖଳିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା, ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଏବଂ ପାରିବାରିକ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଘାତଚନ୍ଦ୍ର, ଅପରାହ୍ଣ ୨ଟା ୨୬ ମିନିଟ୍ ପରେ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଭାଇଭଉଣୀଙ୍କ ସହ ବିବାଦ ଦେଖାଦେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଘାତବାର ଏବଂ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା, କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ଚଣ୍ଡୀ ।

ଧନୁ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ନିଜକୁ ଧାର୍ମିକ କର୍ମରେ ସାମିଲ୍ କରିବେ । ସ୍ୱଜନ,ପରିଜନ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଦ୍ୱାଦଶ ଚନ୍ଦ୍ର, ଶୁକ୍ରବାର ଓ କେତୁ, ଶୁକ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ । କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ ଏବଂ ସମସ୍ତଙ୍କର ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ, ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ କର୍ମପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଦଶମ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩