ଭୁବନେଶ୍ୱର,୧୧/୦୫: ଆସନ୍ତା ସପ୍ତାହରେ ପ୍ରକାଶ ପାଇବ ଉଚ୍ଚ  ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ । ଫଳ ପ୍ରକାଶ ପାଇଁ ସମସ୍ତ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।  ଆସନ୍ତା ୧୫ରେ ଫଳ ପ୍ରକାଶ ନେଇ ଲକ୍ଷ୍ୟ ରଖାଯାଇଥିବାବେଳେ ଏଥିରେ ସାମାନ୍ୟ ବିଳମ୍ବ ହୋଇପାରେ । ଏକାକାଳୀନ ଭାବେ ସମସ୍ତ  ଷ୍ଟ୍ରିମ୍‌ର ରେଜଲ୍ଟ ପ୍ରକାଶ ପାଇବ । ଆସନ୍ତା ୭ରୁ ୮ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ କରାଯିବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ମିଳିଛି ।   

ସେହିପରି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)  ପରିଚାଳିତ ଦଶମ ଓ  ଦ୍ୱାଦଶ ଶ୍ରେଣୀ ପରୀକ୍ଷା  ଫଳ ମଧ୍ୟ ଆସନ୍ତା  ସପ୍ତାହରେ ପ୍ରକାଶ ପାଇବାର ସମ୍ଭାବନା ରହିଛି । ଜାତୀୟ ଗଣମାଧ୍ୟମର  ସୂଚନା ଅନୁଯାୟୀ, ଆସନ୍ତା ସପ୍ତାହରେ ହିଁ ରେଜଲ୍ଟ ପ୍ରକାଶ ପାଇବ ।   

ସୂଚନାଯୋଗ୍ୟ,ଗତ ମାର୍ଚ୍ଚ ୨୮ରେ ଯୁକ୍ତ ଦୁଇ ପରୀକ୍ଷା ଶେଷ  ହୋଇଛି । ଏଥିରେ ରାଜ୍ୟର ୩ ଲକ୍ଷ ୯୩ ହଜାର ୬୧୮ ଜଣ  ପିଲା ପରୀକ୍ଷା ଦେଇଛନ୍ତି । ଏପ୍ରିଲ୍‌ ୨ ତାରିଖରୁ ଖାତା ଦେଖା ଆରମ୍ଭ  ହୋଇଥିଲା । ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହୋଇଛି । ଖାତା ଦେଖା ଶେଷ ହୋଇଥିବା ବେଳେ ରେଜଲ୍ଟ ପ୍ରକାଶ ପାଇଁ ଥିବା ଆନୁସଙ୍ଗିକ  ସମସ୍ତ କାର୍ଯ୍ୟ ଆସନ୍ତା ୩ ଦିନ ମଧ୍ୟରେ ଶେଷ ହେବ । ତାପରେ ରେଜଲ୍ଟ  ପ୍ରକାଶ ପାଇବ । ଅର୍ଥାତ୍‌ ୭ରୁ ୮ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇବ  ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି । ସିବିଏସ୍‌ଇ ରେଜଲ୍ଟ ଗତବର୍ଷ ମେ  ୧୩ ତାରିଖରେ ପ୍ରକାଶ ପାଇଥିଲା । ଚଳିତବର୍ଷର ଫଳ ଆସନ୍ତା ସପ୍ତାହ  ମଧ୍ୟରେ ପ୍ରକାଶ ପାଇବ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି