ପ୍ରମୂଖ ଖବର
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ପେଟ କାଟିବାରୁ ଡାକ୍ତରଖାନା ଯାଇଥିଲେ, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ

Published By : Rasmita Pradhan | March 20, 2025 12:30 PM

ଭୁବନେଶ୍ଵର, ୨୦/୩ : ଡାକ୍ତରଖାନା ଶୌଚାଳୟରେ କଲେଜ ଛାତ୍ରୀଙ୍କ ପ୍ରସବ। ନୟାଗଡ଼ ଡାକ୍ତରଖାନା ଶୌଚାଳୟରେ ଛୁଆ ଜନ୍ମ କଲେ ଯୁକ୍ତ ୩ ଛାତ୍ରୀ। ବର୍ତ୍ତମାନ ମାତୃଶିଶୁ ବିଭାଗରେ ଛାତ୍ରୀଙ୍କର ଚିକିତ୍ସା ଚାଲିଛି। ଛାତ୍ରୀ ଜଣଙ୍କ ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷରେ ପାଠ ପଢୁଥିବା ଜଣାପଡ଼ିଛି। 

ସୂଚନାନୁଯାୟୀ, କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ଜଣେ ଯୁବତୀ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିଲେ। ସେ ଯୁକ୍ତ ତିନି ଦ୍ବିତୀୟ ବର୍ଷ ପାଠ ପଢୁଥିଲେ। ଆଜି ସକାଳୁ ଛାତ୍ରୀଙ୍କର ପେଟ କାଟିବାରୁ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କର ପ୍ରାଥମିକ ଚିକିତ୍ସା କରିବା ପରେ ସେ ପରିସ୍ରା କରିବାକୁ ଶୌଚାଳୟକୁ ଯାଇଥିଲେ। ଏହି ସମୟରେ ଏକ ମୃତ ଛୁଆକୁ ଜନ୍ମ ଦେଇଥିଲେ। ବର୍ତ୍ତମାନ ମାତୃ ଶିଶୁ ବିଭାଗରେ ଛାତ୍ରୀଙ୍କର ଚିକିତ୍ସା ଚାଲିଛି। ତାଙ୍କର ସ୍ଵାସ୍ଥ୍ୟାବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି। ସେପଟେ ଛାତ୍ରୀ ଜଣଙ୍କ ଗର୍ଭବତୀ ଥିବା ନେଇ ହଷ୍ଟେଲ କର୍ତ୍ତୃପକ୍ଷ କିଛି ଜାଣି ନଥିବା କହିଛନ୍ତି। 

କଲେଜ ଛାତ୍ରୀ ନିବାସକୁ କିଛି ଦିନ ବ୍ୟବଧାନରେ ଚେକ୍‌ଅପ୍ ପାଇଁ ଡାକ୍ତର ଆସୁଥିଲେ ମଧ୍ୟ ଘଟଣା ସମ୍ପର୍କରେ କିପରି ଜାଣିପାରିଲେ ନାହିଁ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହଷ୍ଟେଲ କର୍ତ୍ତୃପକ୍ଷ ଛାତ୍ରୀଙ୍କର ପରିବାର ସଦସ୍ୟଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିବା କହିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ଦାରିଙ୍ଗବାଡ଼ି ଲ୍ୟାମ୍ପ୍ ଆଗରେ ପରିଚାଳନା କମିଟି ସଭ୍ୟ/ସଭ୍ୟାଙ୍କ ଧାରଣା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.