ପ୍ରମୂଖ ଖବର
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ, ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା

Published By : Rasmita Pradhan | April 14, 2025 11:28 AM

ଭୁବନେଶ୍ଵର, ୧୪/୦୪ : ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠ ପଢା । ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ କରିପାରିବେ। ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ।

ଜାତୀୟ ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀମାନେ SAMS ମାଧ୍ୟମରେ ଫର୍ମ ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର ଯଥା: ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହେବା ସହିତ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ। ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଏବଂ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବି.ଏଡ/ ଏମ.ଏଡ /ବି.ଏଚ.ଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ମଧ୍ୟ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। 

ଏହି ଖବରଟିକୁ ପଢନ୍ତୁ-ରାଜଧାନୀରେ ମନମାନି ବିକାଶ, ବିନାଶକୁ ନିମନ୍ତ୍ରଣ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.