ପ୍ରମୂଖ ଖବର
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା

Published By : Prameya | July 7, 2025 2:49 PM

ଭୁବନେଶ୍ୱର,୦୭/୦୭: ଚଳିତ ଶିକ୍ଷା ବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି ନାମଲେଖା ପାଇଁ ପ୍ରଥମ ମେଧା ତାଲିକା ପ୍ରକାଶ ପାଇଛି। ୯୨ ପ୍ରତିଶତ ଛାତ୍ରଛାତ୍ରୀଙ୍କ ପ୍ରଥମ ତାଲିକାରେ ଚୟନ ହୋଇଛନ୍ତି। କଳା, ବିଜ୍ଞାନ, ବାଣିଜ୍ୟ କଟ୍‌ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ୱବିଦ୍ୟାଳୟ। କଳାରେ ୮୧.୩୩%, ବିଜ୍ଞାନରେ ୯୧.୮୩%, ବାଣିଜ୍ୟରେ ୮୦.୨୦%  ରହିଛି। ଏଥିରେ ମନୋନୀତ ଶିକ୍ଷାର୍ଥୀମାନେ ୮ରୁ ୧୪ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ସୂଚନା ଦେଇଛନ୍ତି। ତେବେ ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ କରିବାକୁ ବ୍ୟବସ୍ଥା କରାଯାଇଛି।

ଚଳିତ ବର୍ଷ ୪ ଲକ୍ଷ ୪୬ ହଜାର ୨୦୫ ଛାତ୍ରଛାତ୍ରୀ ଆବେଦନ କରିଥିବା ବେଳେ ୪ ଲକ୍ଷ ୧୩ ହଜାର ୮୦୪ ଜଣ ଛାତ୍ରଛାତ୍ରୀଙ୍କ ପ୍ରଥମ ଚୟନ ତାଲିକାରେ ନାମ ରହିଛି ।  କଳା ପାଇଁ ୨ ଲକ୍ଷ ୬୪ ହଜାର ୭୬୬ ଜଣ ଛାତ୍ରଛାତ୍ରୀ ଚୟନ ହୋଇଛନ୍ତି। ବାଣିଜ୍ୟରେ ୨୦ ହଜାର ୫୫୨ ଓ ବିଜ୍ଞାନ ପାଇଁ ଏକ ଲକ୍ଷ ୧୭ ହଜାର ୮୯ ଜଣ ଛାତ୍ରଛାତ୍ରୀ ଚୟନ ହୋଇଛନ୍ତି ।

୨୧ ତାରିଖରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ । ଏହି  ପର୍ଯ୍ୟାୟରେ ନାମଲେଖା ୨୩ରୁ ୨୮ ତାରିଖ ମଧ୍ୟରେ  ଅନୁଷ୍ଠିତ ହେବ । ସ୍ପଟ୍‌ ମେଧା ତାଲିକା ଅଗଷ୍ଟ ୭ ତାରିଖରେ  ପ୍ରକାଶ ପାଇବ । ଅଗଷ୍ଟ ୮ରୁ ୧୩ ତାରିଖ ମଧ୍ୟରେ  ନାମଲେଖା ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଛି ।  ଜୁଲାଇ ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା ହେବ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.