ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଡିସେମ୍ବର ୨୩ରୁ ଯୁକ୍ତ ଦୁଇ ଇଣ୍ଟରନାଲ୍‌ ପରୀକ୍ଷା, ଜାନୁଆରୀ ୨ରୁ ପ୍ରାକ୍ଟିକାଲ୍‌

Published By : Prameya | October 24, 2024 2:14 PM

ଭୁବନେଶ୍ୱର,୨୪/୧୦: ଆସନ୍ତା ଡିସେମ୍ବର ୨୩ରୁ ୩୦ ଯାଏ ଯୁକ୍ତ ଦୁଇ ଇଣ୍ଟରନାଲ୍‌  ପରୀକ୍ଷା ହେବ । ସେହିପରି ଜାନୁଆରୀ ୨ରୁ ୧୨ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ହେବ ।  ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।  

ଇଣ୍ଟରନାଲ୍‌ ପରୀକ୍ଷା ପାଇଁ ୪୫ ମିନିଟ୍‌ ଏବଂ ପ୍ରୋଜେକ୍ଟ  ପେପର ପାଇଁ ୨ଘଣ୍ଟା ସମୟ ଦିଆଯିବ । ସେହିପରି ପ୍ରାକ୍ଟିକାଲ  ପରୀକ୍ଷା ଜାନୁଆରୀ ୨ ତାରିଖରୁ ୧୨ ତାରିଖ ମଧ୍ୟରେ ହେବ । ୧୫  ମାର୍କ ବିଶିଷ୍ଟ ପରୀକ୍ଷା ପାଇଁ ୨ ଘଣ୍ଟା ଏବଂ ୩୦ରୁ ଅଧିକ ମାର୍କର  ପରୀକ୍ଷା ପାଇଁ ୩ ଘଣ୍ଟା ସମୟ ଦିଆଯିବ । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁତ୍ୱ ଦେଇଛି । ପରୀକ୍ଷା ପୂର୍ବରୁ ଏନେଇ ସୁନିଶ୍ଚିତ କରିବାକୁ  ସମସ୍ତ ପରୀକ୍ଷା କେନ୍ଦ୍ର ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଲିଖିତ ପରୀକ୍ଷାର ସୂଚୀ ପରବର୍ତ୍ତୀ ସମୟରେ ପ୍ରକାଶ ପାଇବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ  ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୨୦ ମଧ୍ୟରେ ବାର୍ଷିକ ପରୀକ୍ଷା କରିବା ପାଇଁ ଯୋଜନା ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.