ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଚାଷୀଙ୍କୁ ମିଳିଲା ପିଏମ କିଷାନ ଟଙ୍କା, ମହାରାଷ୍ଟ୍ରରୁ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Published By : Anindita Ratha | October 5, 2024 3:03 PM

ନୂଆଦିଲ୍ଲୀ,୦୫/୧୦:  ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଚାଷୀଙ୍କୁ ମିଳିଲା ଟଙ୍କା । ମହାରାଷ୍ଟ୍ରରୁ ୧୮ତମ କିସ୍ତିର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିବିଟି ମାଧ୍ୟମରେ ପ୍ରାୟ ୯ କୋଟି ୫୦ ଲକ୍ଷ ଚାଷୀଙ୍କ ବ୍ୟାଙ୍କ୍ ଆକାଉଣ୍ଟକୁ ୨୦୦୦ ଟଙ୍କା ଲେଖାଏଁ ଟ୍ରାନ୍ସଫର ହୋଇଛି । ତେବେ ଏଥିପାଇଁ ମହାରାଷ୍ଟ୍ର ୱାସିମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା । 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଞ୍ଚ ଉପରୁ ପିଏମ୍ କିଷାନ ଯୋଜନାର ଚାଷୀଙ୍କ ଖାତାକୁ ଟଙ୍କା ଡିବିଟି କରିଛନ୍ତି । ଯୋଗ୍ୟ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ୯ କୋଟି ୫୦ ଲକ୍ଷ ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ପ୍ରତ୍ୟକ୍ଷ ଭାବେ ଟ୍ରାନ୍ସଫର କରାଯାଇଛି । ଏହା ପୂର୍ବରୁ ଜୁନ୍ ୧୮ ତାରିଖରେ ଚାଷୀଙ୍କ ଖାତାକୁ ୧୭ତମ କିସ୍ତି ମିଳିଥିଲା । ଚାଷୀଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ରୋଜଗାରକୁ ଦୁଇ କରିବାଲାଗି ୨୦୧୯ ମସିହା ଫେବ୍ରୁଆରୀ ମାସରୁ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା । ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଚାଷୀଙ୍କୁ ବାର୍ଷିକ ୬ ହଜାର ଟଙ୍କା ପ୍ରଦାନ କରାଯାଉଛି । ଏହି ଟଙ୍କା ତିନୋଟି କିସ୍ତି ମାଧ୍ୟମରେ ଚାଷୀଙ୍କୁ ମିଳୁଛି । ପୂର୍ବରୁ ଜୁନ ୧୮ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଥିଲା।ପିଏମ-କିଷାନ ଯୋଜନାରେ କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରାଯାଏ। ପେବୃଆରୀ ୨୦୧୯ରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ ଡିବିଟି ଜରିଆରେ ଚାଷୀଙ୍କ ଆଧାର ସହ ସଂଯୁକ୍ତ ବ୍ୟାଙ୍କ ଆକାଉଣ୍ଟକୁ ୩ଟି କିସ୍ତିରେ ୬ହଜାର ଟଙ୍କା ପ୍ରଦାନ କରାଯାଏ। ଚାଷୀଙ୍କ ଆୟକୁ ବଢ଼ାଇବା ପାଇଁ ସରକାର ଅନେକ ପ୍ରକାରର ଯୋଜନା ଆରମ୍ଭ କରିଛନ୍ତି । ଆଉ ଏଥିମଧ୍ୟରୁ ଗୋଟିଏ ହେଉଛି ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ବା ପିଏମ୍ କିଷାନ ଯୋଜନା । ଏହି ଯୋଜନା ଅଧୀନରେ ସରକାର ବାର୍ଷିକ ୬୦୦୦ ଟଙ୍କା ଅର୍ଥାତ୍ ୨୦୦୦ ଟଙ୍କାର ୩ଟି କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଉଛନ୍ତି । ଏବେ ପର୍ଯ୍ୟନ୍ତ ଚାଷୀଙ୍କ ଖାତାରେ ୧୭ଟି କିସ୍ତି ପଠାଯାଇ ସାରିଲାଣି । ସରକାର ପ୍ରତି ଚାରି ମାସ ବ୍ୟବଧାନରେ ଚାଷୀଙ୍କ ଖାତାରେ ୨ ହଜାର ଟଙ୍କା ପଠାଯାଏ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.