ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଅକ୍ଟୋବର ୫ ତାରିଖରେ ମିଳିବ ପିଏମ କିଷାନ ଟଙ୍କା

Published By : Anindita Ratha | October 1, 2024 9:23 AM

ନୂଆଦିଲ୍ଲୀ,୦୧/୧୦:ଆସନ୍ତା ଅକ୍ଟୋବର ୫ ତାରିଖରେ ମିଳିବ ପିଏମ କିଷାନ ଟଙ୍କା  । ୯ କୋଟି ୫୦ ଲକ୍ଷ ଟଙ୍କା ଚାଷୀଙ୍କ ଖାତାକୁ ଯିବ  ୨୦ ହଜାର କୋଟି ଟଙ୍କା। ମହାରାଷ୍ଟ୍ରରୁ ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପିଏମ କିଷାନ ଯୋଜନାର ୧୮ ତମ କିସ୍ତି ।

ଭାରତ ସରକାର ଓ ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ଚଳାଇଛନ୍ତି। ଯାହା ମାଧ୍ୟମରେ ଆର୍ଥିକ ସହାୟତା ବ୍ୟତୀତ ସବସିଡି ଇତ୍ୟାଦି ଯୋଗାଇ ଦିଆଯାଏ । ସେହି ପିଏମ କିଷାନ ଯୋଜନା ଅଧୀନରେ ଯୋଗ୍ୟ କୃଷକମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ଏବଂ ବର୍ତ୍ତମାନ ପରବର୍ତ୍ତୀ ଅର୍ଥାତ୍ ୧୮ତମ କିସ୍ତି ଜାରି ହେବାର ତାରିଖ କୁହାଯାଇଛି । ସରକାରଙ୍କ କହିବା ଅନୁଯାୟୀ, ଏବେ ୫ ଅକ୍ଟୋବର ୨୦୨୪ରେ ୧୮ତମ କିସ୍ତି ପ୍ରଦାନ କରାଯିବ। ସେହିପର  ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ ଜନଧନ ଯୋଜନାରେ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ଦେଓଗଡ଼, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡ଼ ଭଳି ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ନିର୍ମାଣ ହେବ ରାସ୍ତା । ଏହାସହ  ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ମଧ୍ୟ ଶିଳାନ୍ୟାସ ହେବ । ଆସନ୍ତାକାଲି ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ । ଜନଜାତି ବିକାଶ ପାଇଁ ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନ କାର୍ଯ୍ୟକ୍ରମକୁ ମଧ୍ୟ ଲଞ୍ଚ କରିବେ । ସମସ୍ତ ରାଜ୍ୟର ୬୩ ହଜାର ଗ୍ରାମର ୫ କୋଟି ଆଦିବାସୀଙ୍କ ବିକାଶ ପାଇଁ କାର୍ଯ୍ୟ କରିବ ଏହି ଯୋଜନା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.