ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଝାନସୀ ମେଡିକାଲ ଅଗ୍ନିକାଣ୍ଡରେ ଶିଶୁ ମୃତ୍ୟୁ ଘଟଣା, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

Published By : Anindita Ratha | November 16, 2024 10:32 AM

ନୂଆଦିଲ୍ଲୀ,୧୬/୧୧: ଉତ୍ତରପ୍ରଦେଶ ଝାନସୀ ସ୍ଥିତ ମେଡିକାଲ କଲେଜ ହସ୍ପିଟାଲରେ ବଡଧରଣର ଅଗ୍ନିକାଣ୍ଡ ଘଟି ୧୧ ଜଣ ଶିଶୁଙ୍କ ମୃତ୍ୟୁ ଘଟଣା । ଏନେଇ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ଉତ୍ତରପ୍ରଦେଶ ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ପୋଷ୍ଟ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ତୁରନ୍ତ ମୃତ ଶିଶୁଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ ୫୦-୫୦ ହଜାର ଟଙ୍କା ସହାୟତା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତ ଶିଶୁଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । 

ଏଥିସହ ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଖଃ ପ୍ରକାଶ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପଠକ ଏବଂ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଘଟଣାସ୍ଥଳକୁ ଗସ୍ତ କରିଛନ୍ତି । ଏହା ସହିତ ସ୍ଥାନୀୟ କମିଶନର ଏବଂ ପୋଲିସ ଡିଜିଙ୍କୁ ଅଘଟଣର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅଧିକାରୀମାନେ ଘଟଣାସ୍ଥଳ ଗସ୍ତ କରି ସରଜମିନ ତଦନ୍ତ କରିବା ସହ ୧୨ ଘଣ୍ଟା ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ରହିଛି । ଅନ୍ୟପଟେ ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ପ୍ରତିକ୍ରିୟା ମିଳିଛି। 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟାଳୟ ଏହାର ଏକ୍ସ ପୋଷ୍ଟରେ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛି । ସୋସିଆଲ ମିଡିଆରେ ପ୍ଲାଟଫର୍ମ ଏକ୍ସରେ ପିଏମଓ ଆକାଉଣ୍ଟରେ ପୋଷ୍ଟ ହୋଇଛି ଯେ , ‘ହୃଦୟ ବିଦାରକ ! ଉତ୍ତରପ୍ରଦେଶର  ଝାନସୀସ୍ଥିତ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଯେଉଁମାନେ ନିଜ ନିରୀହ ପିଲାଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଭଗବାନଙ୍କ ନିକଟରେ ପ୍ରାର୍ଥନା କରନ୍ତୁ ଯେ ସେମାନଙ୍କୁ ଏହି ଅସୀମ ଦୁଃଖ ସହିବାର ଶକ୍ତି ଦିଅନ୍ତୁ । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ରିଲିଫ ଓ ଉଦ୍ଧାର ପାଇଁ ଯଥାସମ୍ଭବ ପ୍ରୟାସ ଜାରି ରଖିଛି। ପ୍ରକାଶ ଥାଉକି, ‘ମହାରାଣୀ ଲକ୍ଷ୍ମୀବାଇ ମେଡିକାଲ କଲେଜ’ ହେଉଛି ବୁନ୍ଦେଲଖଣ୍ଡ ଏରିଆର ସବୁଠାରୁ ବଡ ସରକାରୀ ହସ୍ପିଟାଲ ଓ ମେଡିକାଲ କଲେଜ । ଏଠାକୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଲୋକେ ଚିକିତ୍ସା ପାଇଁ ଆସିଥାଆନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.