ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ପହଲଗାମ୍‌ ଆକ୍ରମଣ: ପିଏମ ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଆରମ୍ଭ, ଅମିତ ଶାହ ଓ ରାଜନାଥ ସିଂହ ଉପସ୍ଥିତ

Published By : Tapas Panda | April 23, 2025 6:24 PM

Image Courtesy: prokerala

ନୂଆଦିଲ୍ଲୀ: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ ଉଦବେଗ୍‌ । ଆତଙ୍କବାଦୀଙ୍କୁ କଡ଼ ଜବାବ ଦେବାକୁ କେନ୍ଦ୍ର ସରକାର ଯୋଜନା ପ୍ରସ୍ତୁତ କରୁଥିବା କୁହାଯାଉଛି । ପରବର୍ତ୍ତୀ ପଦେକ୍ଷପ କଣ ହେବ, ସେନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ ବସିଛି । ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍‌ କମିଟି (CCS) ବୈଠକ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଛି । ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଉପସ୍ଥିତ ଅଛନ୍ତି । 

ସୂଚନାଯୋଗ୍ୟ, ସୁରକ୍ଷା ସମ୍ବନ୍ଧୀୟ କ୍ୟାବିନେଟ୍‌ କମିଟିରେ ଅଧ୍ୟକ୍ଷ ହେଉଛନ୍ତି ପ୍ରଧାନମନ୍ତ୍ରୀ । ପ୍ରତିରକ୍ଷା ପଲିସିକୁ ନେଇ ଏହି ବୈଠକରେ ଆଲୋଚନା କରାଯାଏ ଏବଂ ଅନ୍ତିମ ନିଷ୍ପତ୍ତି ମଧ୍ୟ ଏଠାରେ ନିଆଯାଏ । ସିସିଏସ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଏନଏସଏ ଅଜିତ ଡୋଭାଲ ପ୍ରମୁଖ ସଦସ୍ୟ ରହିଛନ୍ତି । ଏମାନଙ୍କ ବ୍ୟତୀତ କ୍ୟାବିନେଟ୍‌ ସଚିବ ଟିଭି ସୋମନାଥନ, ପ୍ରତିରକ୍ଷା ସଚିବ ରାଜେଶ କୁମାର ସିଂହ ମଧ୍ୟ ସିସିଏସ୍‌ ବୈଠକରେ ସାମିଲ ହୋଇପାରନ୍ତି ।  

ମଙ୍ଗଳବାର କାଶ୍ମୀର ଉପତ୍ୟକା ରକ୍ତ ରଞ୍ଜିତ ହୋଇଥିଲା । ଅପରାହ୍ଣ ପ୍ରାୟ ୩ଟାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ଜୀବନ ଯାଇଥିବା ବେଳେ ଅନେକ ଆହତ ହୋଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୃହମନ୍ତ୍ରୀ ଅମିତ୍ ଶାହଙ୍କୁ କାଶ୍ମୀର ଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହାପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଶ୍ରୀନଗର ପହଞ୍ଚିଥିଲେ । ସେଠାରେ ସେ ସୁରକ୍ଷା ଏଜେନ୍ସିଗୁଡ଼ିକ ସହ ବୈଠକ କରି ସ୍ଥିତି ବୁଝିଥିଲେ । ବୁଧବାର ସକାଳେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଘଟଣାସ୍ଥଳକୁ ଯାଇ ସ୍ଥିତ ସମୀକ୍ଷା କରିଥିଲେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ସାଉଦି ଗସ୍ତ ଥିବା ବେଳେ ଅଧାରୁ ଦିଲ୍ଲୀ ଫେରି ଆସିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.