ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମଧ୍ୟପ୍ରାଚ୍ୟ ସଂକଟକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜରୁରୀ ବୈଠକ

Published By : Anindita Ratha | October 4, 2024 10:36 AM

ନୂଆଦିଲ୍ଲୀ,୦୪ /୧୦:  ମଧ୍ୟପ୍ରାଚ୍ୟ ସ୍ଥିତିକୁ ନେଇ ମୋଦିଙ୍କ ଜରୁରୀ ବୈଠକ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ଗତକାଲି ଅନୁଷ୍ଠିତ ହୋଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।  ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହିତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଯୋଗ ଦେଇଥିଲେ । 

ତେବେ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟର ସ୍ଥିତିକୁ ଗଭୀର ଚିନ୍ତାଜନକ ବୋଲି ଏହି ବୈଠକରେ ଦର୍ଶାଯାଇଛି । ଏଥିସହ ଏହି ସଂକଟ ଆହୁରି ବ୍ୟାପକ ହେଲେ, ବାଣିଜ୍ୟ, ତୈଳ, ପେଟ୍ରୋଲିୟମ ଉତ୍ପାଦ ସପ୍ଲାଏ ଚେନ୍ ଓ ଜାହାଜ ଚଳାଚଳ ଆଦି କ୍ଷେତ୍ରରେ ଭାରତକୁ କିଭଳି ବିଭିନ୍ନ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିପାରେ, ସେ ସଂପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଏଥିସହ ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ ବି ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଥିବା ବୈଠକରେ କୁହାଯାଇଛି । ପ୍ରକାଶ ଥାଉକି, ଇରାନର ମିଜାଇଲ୍ ମାଡ଼ ପରେ ପ୍ରତିଶୋଧ ନିଆଁରେ ଜଳୁଥିବା ଇସ୍ରାଏଲ, ଲେବାନନ ରାଜଧାନୀ ବେରୁଟର ୭ଟି ସ୍ଥାନରେ କରିଛି ଜୋରଦାର୍ ହମଲା। ତୁହାକୁ ତୁହା ଏୟାର ଷ୍ଟ୍ରାଇକ ସହ କରାଯାଇଛି ରକେଟ୍ ମାଡ଼। ଆଗକୁ ଇରାନ ଉପରେ ବଡ ଧରଣର ଆକ୍ରମଣ ପାଇଁ ଚାଲିଛି ଯୋଜନା।ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ବସିଛି G7 ରାଷ୍ଟ୍ର ସମୂହର ଜରୁରୀ ବୈଠକ। ଯେଉଁଥିରେ ଇରାନ ଉପରେ କଠୋର କଟକଣା ଲଗାଇବା ନେଇ ଆଲୋଚନା ହୋଇଛି। ଏଥିସହ ଇସ୍ରାଏଲକୁ ମଧ୍ୟ ଚେତାବନୀ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.