ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ, ଏକ୍ସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

Published By : Tapas Panda | January 20, 2025 11:22 PM

ନୂଆଦିଲ୍ଲୀ: ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବରେ ଶପଥ ନେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏହି ଅବସରରେ ଟ୍ରମ୍ପଙ୍କ ପାଖକୁ ଅଭିନନ୍ଦନର ସୁଅ ଛୁଟିଛି । ବହୁ ଦେଶର ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟ୍ରମ୍ପଙ୍କୁ ଦ୍ବିତୀୟ ଇନିଂସ୍‌ ଲାଗି ଶୁଭକାମନା ଜଣାଇଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ମୋଦୀ ଲେଖିଛନ୍ତି, ‘ମୋର ପ୍ରିୟ ମତ୍ର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବରେ ଐତିହାସିକ ଶପଥ ଗ୍ରହଣ ନେଇଥିବାରୁ ଶୁଭେଚ୍ଛା ଜଣାଉଛି । ପୁଣି ଥରେ ମିଳିମଶି ଦୁଇ ଦେଶର ହିତ ଲାଗି କାମ କରିବା ଏବଂ ଦୁନିଆ ଲାଗି ଉତ୍ତମ ଭବିଷ୍ୟତ ଦିଗରେ ଅଗ୍ରସର ହେବାକୁ ତତ୍ପର ଅଛି । ଆସନ୍ତା ସଫଳ କାର୍ଯ୍ୟକାଳ ପାଇଁ ଆପଣଙ୍କୁ ଶୁଭକାମନା ।’ 




ଆଜି ଡୋନାଲ୍ଡ ଟ୍ରମ୍ପଙ୍କ ସମେତ ଉପରାଷ୍ଟ୍ରପତି ଭାବରେ ଜେଡି ଭାନ୍ସ ଶପଥ ନେଇଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍‌ ଜନ ରବର୍ଟ ଟ୍ରମ୍ପଙ୍କୁ  ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମା’ଙ୍କ ପାଖରୁ ମିଳିଥିବା ବାଇବେଲ୍‌ ଧରି ଶପଥ ନେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । 

ଏହା ପୂର୍ବରୁ ଆମେରିକା ନିର୍ବାଚନରେ ବିଜୟ ହେବା ପରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଥିଲେ ପ୍ରଧାନମନ୍ତ୍ରୀ ମୋଦୀ ।  ନିର୍ବାଚନରେ ବିଜୟୀ ହେବା ପରେ ଟ୍ରମ୍ପଙ୍କୁ ମୋଦୀ ଫୋନ୍‌ କରିଥିଲେ । ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା । ଏହି ଆଲୋଚନା ପରେ ପିଏମ ମୋଦୀ ଏକ୍ସରେ ଲେଖିଥିଲେ, ‘ମୋ ବନ୍ଧୁ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ଭଲ ଆଲୋଚନା ହୋଇଛି । ତାଙ୍କୁ ମୁଁ ଶୁଭେଚ୍ଛା ଜଣାଇଛି । ପ୍ରଯୁକ୍ତି, ଶକ୍ତି, ଅନ୍ତରୀକ୍ଷ ଏବଂ ଅନ୍ୟ କ୍ଷେତ୍ରରେ ଭାରତ ଓ ଆମେରିକା ସମ୍ବନ୍ଧକୁ ଅଧିକ ମଜଭୁତ କରିବା ଦିଗରେ ପୁଣି ମିଳିମିଶି କାର୍ଯ୍ୟ କରିବାକୁ ମୁଁ ଉତ୍ସୁକ ।’  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.