ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଆଲୋଚନା କଲେ ପିଏମ ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ

Published By : Tapas Panda | August 21, 2025 8:18 PM

ନୂଆଦିଲ୍ଲୀ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗରୁବାର ଫୋନ୍ ଯୋଗେ ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପିଏମ ମୋଦୀ ଆଲୋଚନା କରିଛନ୍ତି।  ଏହି ବାର୍ତ୍ତାଳାପ ବିଷୟରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ ମୋଦୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି । ଯେଉଁଥିରେ ସେ ଲେଖିଛନ୍ତି, ‘ମୋର ବନ୍ଧୁ ରାଷ୍ଟ୍ରପତି ମାକ୍ରନଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି । ୟୁକ୍ରେନ ଏବଂ ପଶ୍ଚିମ ଏସିଆରେ ଦ୍ୱନ୍ଦ୍ୱର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ପ୍ରୟାସ ଉପରେ ମତ ବିନିମୟ ହୋଇଛି । ଭାରତ-ଫ୍ରାନ୍ସ ରଣନୈତିକ ସହଭାଗୀତାକୁ ଆହୁରି ମଜଭୁତ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ଦୋହରାଇଛି ।




ସେପଟେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ୍ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟରେ ଲେଖିଛନ୍ତି, ‘ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଲୋଚନା କରିଛି। ଆମେ ୟୁକ୍ରେନ୍ ଯୁଦ୍ଧ ଉପରେ ଆଲୋଚନା କରିଛୁ। ଏହା ଦ୍ଵାରା ଆମେ ୟୁକ୍ରେନ୍ ଏବଂ ୟୁରୋପର ସୁରକ୍ଷା ପାଇଁ ଦୃଢ଼ ଗ୍ୟାରେଣ୍ଟି ସହିତ ଏକ ନ୍ୟାୟପୂର୍ଣ୍ଣ ଏବଂ ସ୍ଥାୟୀ ଶାନ୍ତି ଆଡକୁ ଅଗ୍ରସର ହୋଇପାରିବା । ବାଣିଜ୍ୟ ସମ୍ବନ୍ଧୀୟ ପ୍ରସଙ୍ଗରେ ଆମର ରଣନୈତିକ ସହଭାଗୀତାକୁ ସୁଦୃଢ଼ କରିବାକୁ ସହମତ ହୋଇଛୁ, ଯାହା ଆମର ସାର୍ବଭୌମତ୍ୱ ଏବଂ ସ୍ୱାଧୀନତାର ଚାବିକାଠି ।’

ରାଷ୍ଟ୍ରପତି ମାକ୍ରନ୍ ପୋଷ୍ଟରେ ଆହୁରି ଲେଖିଛନ୍ତି, ଗତ ଫେବୃଆରୀରେ ପ୍ୟାରିସରେ ଅନୁଷ୍ଠିତ କୃତ୍ରିମ ବୁଦ୍ଧିମତ୍ତା ଉପରେ ସମ୍ମିଳନୀ ପରେ ଏବେ ଆମେ ୨୦୨୬ ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ସମ୍ମିଳନୀର ସଫଳତା ପାଇଁ କାମ କରୁଛୁ । 

ସୂଚନାଯୋଗ୍ୟ, ଏହି ସପ୍ତାହରେ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସମୟରେ ଉପସ୍ଥିତ ଥିବା ୟୁରୋପୀୟ ନେତାମାନଙ୍କ ମଧ୍ୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମଧ୍ୟ ସାମିଲ ଥିଲେ । ୟୁକ୍ରେନ ଯୁଦ୍ଧ ଉପରେ ଆଲାସ୍କାରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ବୈଠକର କିଛି ଦିନ ପରେ ଜେଲେନସ୍କିଙ୍କ ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ସାକ୍ଷାତ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.