ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ପିଏମ ମୋଦୀ ଓ UAE କ୍ରାଉନ୍ ପ୍ରିନ୍‌ସଙ୍କ ମଧ୍ୟରେ ଦ୍ବିପାକ୍ଷୀକ ଆଲୋଚନା, ପରମାଣୁ ଶକ୍ତି, ତୈଳ ଆମଦାନୀ ଭଳି ବିଭିନ୍ନ କ୍ଷେତ୍ରରେ ଚୁକ୍ତିନାମା ସ୍ବାକ୍ଷରିତ...

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି ଆବୁଧାବି (ୟୁଏଇ)ର କ୍ରାଉନ୍ ପ୍ରିନ୍ସ ଶେଖ ଖାଲିଦ ବିନ୍ ମହମ୍ମଦ ବିନ୍ ଜାଏଦ ଅଲ ନାହୟାନ। ଏହା ତାଙ୍କର ପ୍ରଥମ ଭାରତ ଗସ୍ତ । ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଆଜି (ସୋମବାର) ଭେଟିଛନ୍ତି । ଏହି ସମୟରେ ଉଭୟ ନେତାଙ୍କ ମଧ୍ୟରେ ପରମାଣୁ ଶକ୍ତି, ତୈଳ ଏବଂ ଫୁଡ୍ ପାର୍କ ବିକାଶ କ୍ଷେତ୍ରରେ ଅନେକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି ।

ଉଭୟ ନେତା ଏମିରାତ ଆଣବିକ ଶକ୍ତି କମ୍ପାନୀ (ENEC) ଏବଂ ଭାରତୀୟ ଶକ୍ତି ସହଯୋଗ ଲିମିଟେଡ୍ (NPCIL)ର କାର୍ଯ୍ୟ ତଥା ରକ୍ଷଣାବେକ୍ଷଣ କ୍ଷେତ୍ରରେ ଏକ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ଆବୁଧାବି ନ୍ୟାସନାଲ ଅଏଲ କମ୍ପାନୀ (ADNOC) ଏବଂ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ୍ ମଧ୍ୟରେ ଦୀର୍ଘକାଳୀନ ଏଲଏନଜି (LNG) ଯୋଗାଣ ପାଇଁ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । 

ସେହିଭଳି ଗୁଜୁରାଟ ସରକାର ଏବଂ ଆବୁଧାବି ଡେଭଲପମେଣ୍ଟାଲ ହୋଲଡିଂ କମ୍ପାନୀ PJSC (ADQ) ମଧ୍ୟରେ ଭାରତରେ ଫୁଡ ପାର୍କ ବିକାଶ ଉପରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଛି । ବୈଠକ ପରେ କ୍ରାଉନ୍ ପ୍ରିନ୍ସ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ହାଇଦ୍ରାବାଦ ହାଉସରେ କ୍ରାଉନ୍ ପ୍ରିନ୍ସ ଶେଖ ଖାଲିଦ ବିନ୍ ମହମ୍ମଦ ବିନ୍ ଜାଏଦ ଅଲ ନାହୟାନଙ୍କୁ ସ୍ୱାଗତ କରିଥିଲେ । 

 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.