ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଇନ୍ଦିରା ଗାନ୍ଧୀଙ୍କ ୧୦୭ତମ ଜନ୍ମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି

Published By : Ankita S | November 19, 2024 11:04 AM

ନୂଆଦିଲ୍ଲୀ,୧୯/୧୧: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୭ତମ ଜନ୍ମ ଜୟନ୍ତୀ । ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛନ୍ତି, ଆମର ପୂର୍ବତମ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି । ସେହିପରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏବଂ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶକ୍ତି ସ୍ଥଳରେ ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଏକ୍ସରେ ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି, ଆଇରନ ଲେଡିଙ୍କ ଜୀବନ ସବୁବେଳେ ଭାରତୀୟଙ୍କୁ ପ୍ରେରଣା ଦେବ । ତାଙ୍କର ଆଜୀବନ ସଂଗ୍ରାମ, ସାହାସ ତାଙ୍କ ନେତୃତ୍ବ  ସର୍ବଦା ଉଦାହରଣ ହୋଇ ରହିବ । ଭାରତର ଏକତା ଓ ଅଖଣ୍ଡତା ନେଇ ସେ ତାଙ୍କ ଜୀବନକୁ ଉତ୍ସର୍ଗ କରିଥିଲେ ।କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ୍ସରେ କହିଛନ୍ତି, ଜେଜେମାଆ ଉତ୍ସାହ ଓ ପ୍ରେମର ପ୍ରତୀକ ଥିଲେ । ମୁଁ ତାଙ୍କଠୁ ଦେଶ ପାଇଁ ପ୍ରକୃତ ସାମର୍ଥ୍ୟ ଏବଂ ଭୟହୀନ ହେବା ଶିଖିଛି । ତାଙ୍କ ସ୍ମୃତି ମୋ ପାଇଁ ଶକ୍ତି । ଯାହା ମୋତେ ବାଟ କଢାଇ ନେବ ।

୧୯୧୭ ନଭେମ୍ବର ୧୯ ତାରିଖରେ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜନ୍ମ ଗ୍ରହଣ କରିଥିଲେ । ୧୯୬୬ରୁ ୧୯୭୭ ଯାଏ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ନେହେରୁଙ୍କ ପରେ ସେ ଦେଶର ଦ୍ବିତୀୟ ସର୍ବାଧିକ ସମୟ ପ୍ରଧାନମନ୍ତ୍ରୀ ରହିଥିଲେ । ତାଙ୍କୁ ଆଇରନ ଲେଡି ବୋଲି କୁହାଯାଏ । ୧୯୮୪ ଅକ୍ଟୋବର ୩୧ ତାରିଖରେ ଅଖବର ରୋଡରେ ତାଙ୍କୁ ତାଙ୍କ ସୁରକ୍ଷାକର୍ମୀଙ୍କ ଦ୍ବାରା ଗୁଳି କରି ହତ୍ୟା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.