ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଟ୍ରମ୍ପଙ୍କ ସହ ଫୋନ୍ ଯୋଗେ କଥା ହେଲେ ପିଏମ ମୋଦୀ, ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଭାରତ-ଆମେରିକା ସମ୍ପର୍କକୁ ନେଇ ହେଲା ଆଲୋଚନା…

Published By : Ladu Kishor | January 27, 2025 8:10 PM

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି (ସୋମବାର) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି । ଟ୍ରମ୍ପ ରାଷ୍ଟ୍ରପତି ହେବା ପରେ ଦୁଇ ନେତା ପ୍ରଥମ ଥର ପାଇଁ ଫୋନରେ କଥା ହୋଇଛନ୍ତି । ଏହି ଫୋନ୍ କଲ୍ ରେ ଦୁଇ ନେତାଙ୍କ ମଧ୍ୟରେ ଭାରତ-ଆମେରିକା ସମ୍ପର୍କକୁ ନେଇ ଆଲୋଚନା ହୋଇଛି। ଉଭୟଙ୍କ ମଧ୍ୟରେ କ୍ୱାଡର ପରବର୍ତ୍ତୀ ବୈଠକ ସହିତ ଅନେକ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇଛି। 

ଆମେରିକା ନିର୍ବାଚନରେ ଟ୍ରମ୍ପଙ୍କ ଚମତ୍କାର ବିଜୟ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି । ଟ୍ରମ୍ପଙ୍କ ବିଜୟ ଉପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟରରେ ଲେଖିଛନ୍ତି ଯେ, ତାଙ୍କର ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି। ତାଙ୍କର ଶାନଦାର ବିଜୟ ପାଇଁ ତାଙ୍କୁ ବହୁତ ବହୁତ ଶୁଭେଛା ଏବଂ ଅଭିନନ୍ଦନ। ଆମେ ପ୍ରଯୁକ୍ତିବିଦ୍ୟା, ପ୍ରତିରକ୍ଷା, ଶକ୍ତି, ମହାକାଶ ଏବଂ ଅନ୍ୟାନ୍ୟ ଅନେକ କ୍ଷେତ୍ରରେ ଭାରତ-ଆମେରିକା ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ପୁଣି ଥରେ ଏକାଠି କାମ କରିବାକୁ ଆଶା କରୁଛୁ।

ସୂଚନା ଥାଉକି, ୨୦ ଜାନୁଆରୀ ୨୦୨୫ରେ, ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେଇଛନ୍ତି । ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଭାରତକୁ ପ୍ରତିନିଧିତ୍ୱ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି ଧରି ବୈଦେଶିକ ମନ୍ତ୍ରୀ ଆମେରିକା ପହଞ୍ଚିଥିଲେ। କୁହାଯାଉଛି ଯେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.