ଭୁବନେଶ୍ଵର, ୧୬/୦୩ : କଟକ ଏସସିବି ମେଡିକାଲ ଟ୍ରମା କେୟାର ସେଣ୍ଟର ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କଲ୍ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ କଲ୍ କରି ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି। ଟେଲିଫୋନ ଯୋଗେ ବିସ୍ତୃତ ଆଲୋଚନା କରିଛନ୍ତି। ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଅବଗତ କରାଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ସମ୍ପର୍କରେ ମଧ୍ୟ ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ- SCB ନିଆଁ : ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା

ମୁଖ୍ୟମନ୍ତ୍ରୀ ସୋମବାର ସକାଳେ ଏସସିବି ଗସ୍ତ କରି ସ୍ଥିତି ସମୀକ୍ଷା କରିବା ସହ ପ୍ରଭାବିତଙ୍କୁ ସମସ୍ତ ପ୍ରକାରର ସରକାରୀ ସହାୟତା ପ୍ରଦାନ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ସମସ୍ତ ସମ୍ପୃକ୍ତ ବିଭାଗ ଓ ଟିମ୍ ପୂର୍ଣ୍ଣ ସମନ୍ୱୟର ସହ ନିରନ୍ତର କାର୍ଯ୍ୟ କରୁଛନ୍ତି। ଏହି ସମ୍ବେଦନଶୀଳ ସମୟରେ ପ୍ରଧାନମନ୍ତ୍ରୀଙ୍କ ସହାନୁଭୂତିପୂର୍ଣ୍ଣ ଉଦ୍‌ବେଗ ଏବଂ ଆବଶ୍ୟକୀୟ ସହାୟତାର ପ୍ରତିଶ୍ରୁତି ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି। 

ଏହି ଖବରଟିକୁ ପଢନ୍ତୁ- SCB ମେଡିକାଲ ଟ୍ରାଜେଡି : ରାଷ୍ଟ୍ରପତିଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ