ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Published By : Prameya | July 12, 2025 7:48 AM

ନୂଆଦିଲ୍ଲୀ,୧୨/୦୭: ଶନିବାର ଦେଶର  ୪୭ ସ୍ଥାନରେ ୧୬ ତମ ରୋଜଗାର ମେଳା ଆୟୋଜନ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର  ମୋଦି ପୂର୍ବାହ୍ନ ୧୧ଟାରେ ଆଭାସୀ ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ  ଏବଂ ପ୍ରତିଷ୍ଠାନଗୁଡ଼ିକର ୫୧ ହଜାର  ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ  କରିବେ । ଏ ଅବସରରେ ସେ  ନବନିଯୁକ୍ତଙ୍କୁ ସମ୍ବୋଧିତ କରିବେ ।  

ରୋଜଗାର ସୃଜନକୁ ପ୍ରାଥମିକତା ଦେବା ଦିଗରେ କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତାକୁ ସମ୍ପୂର୍ଣ୍ଣ କରିବାରେ  ନିଯୁକ୍ତି ମେଳା ଏକ ପଦକ୍ଷେପ ।  ଏହା ଯୁବବର୍ଗଙ୍କୁ ସଶକ୍ତ ଏବଂ ରାଷ୍ଟ୍ର  ଗଠନରେ ସେମାନଙ୍କ ଭାଗିଦାରୀକୁ  ସାର୍ଥକ ଅବସର ପ୍ରଦାନ କରିବାରେ  ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଅଦ୍ୟାବଧି ରୋଜଗାର ମେଳା  ମାଧ୍ୟମରେ ସାରା ଦେଶରେ ୧୦ ଲକ୍ଷରୁ  ଊଦ୍ଧ୍ୱର୍ ନିଯୁକ୍ତିପତ୍ର ବଣ୍ଟନ କରାଯାଇଛି ।  

ଦେଶବ୍ୟାପୀ ଚୟନ ହୋଇଥିବା  ଏହି ନୂତନ କର୍ମଚାରୀମାନେ ରେଳ  ମନ୍ତ୍ରଣାଳୟ, ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ, ଡାକ  ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ,  ରୋଜଗାର ମନ୍ତ୍ରଣାଳୟ ସହ ବିଭିନ୍ନ  ମନ୍ତ୍ରଣାଳୟରେ ଯୋଗ ଦେବେ ।  ଭୁବନେଶ୍ୱର ନିଯୁକ୍ତି ମେଳାରେ କେନ୍ଦ୍ର  ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ  ଦେବାର କାର୍ଯ୍ୟକ୍ରମ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.