ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ସପ୍ତଦଶ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଜୁଲାଇ ୨ରୁ କରିବେ ବିଦେଶ ଗସ୍ତ

Published By : Prameya | June 29, 2025 11:31 AM

ନୂଆଦିଲ୍ଲୀ,୨୯/୦୬: ଆସନ୍ତା ଜୁଲାଇ ୬-୭ରେ  ବ୍ରାଜିଲର ରିଓ ଡି ଜେନେରୋ ଠାରେ ହେବାକୁ ଥିବା ସପ୍ତଦଶ  ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ ।  ତେବେ ଏହି ବୈଠକରେ ଚୀନ ରାଷ୍ଟ୍ରପତି ସି. ଜିନପିଙ୍ଗ ଓ ରୁଷ  ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୋଗଦେବେ ନାହିଁ ବୋଲି ସୂଚନା  ମିଳିଛି । ସେମାନଙ୍କ ସ୍ଥାନରେ ଚୀନ୍‌ ପ୍ରଧାନମନ୍ତ୍ରୀ ଲି କିଆଙ୍ଗ ଓ ରୁଷ  ବିଦେଶ ମନ୍ତ୍ରୀ ସର୍ଗେ ଲାଭରୋଭ ଏହି ବୈଠକରେ ଯୋଗଦେବେ ।  

ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ଜୁଲାଇ ୨ରୁ ୫ ରାଷ୍ଟ୍ର ଗସ୍ତରେ ଯିବେ ।  ପ୍ରଥମେ ସେ ଜୁଲାଇ ୨-୩ରେ ଘାନା ଗସ୍ତରେ ରହିବେ । ଦୀର୍ଘ ୩୦ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ହେବ  ପ୍ରଥମ ଘାନା ଗସ୍ତ । ଏହା ପରେ ଜୁଲାଇ ୩-୪ରେ ତ୍ରିନିଦାଦ  ଓ ଟବାଗୋ ଗସ୍ତ କରିବେ । ୧୯୯୯ ପରେ ଏହା ଭାରତୀୟ  ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ । ଗସ୍ତର ତୃତୀୟ ପର୍ଯ୍ୟାୟରେ ଜୁଲାଇ  ୪-୫ରେ ମୋଦି ଆର୍ଜେଣ୍ଟିନା ଯିବେ । ସେଠାକାର ରାଷ୍ଟ୍ରପତି  ଜାଭିଏର ମିଲେଇଙ୍କ ସହ ସେ ଦ୍ୱିପାକ୍ଷିକ ଆଲୋଚନା କରିବେ ।  ଏହା ପରେ ମୋଦି ୫-୮ ତାରିଖ ପର୍ଯ୍ୟନ୍ତ ବ୍ରାଜିଲ ଗସ୍ତରେ  ଯିବେ । ସେଠାରେ ବ୍ରିକ୍ସ ସମ୍ମିଳନୀରେ ସାମିଲ ହେବେ । ଏହା  ହେବ ମୋଦିଙ୍କ ଚତୁର୍ଥ ବ୍ରାଜିଲ ଗସ୍ତ । ବ୍ରିକ୍ସ ସମ୍ମିଳନୀରେ ସେ  ବୈଶ୍ୱିକ ଶାସନରେ ସଂସ୍କାର, ଶାନ୍ତି ଓ ନିରାପତ୍ତା, ବହୁପକ୍ଷବାଦର  ସୁଦୃଢ଼ୀକରଣ, ଏଆଇର ଦାୟିତ୍ୱପୂର୍ଣ୍ଣ ବ୍ୟବହାର, ଜଳବାୟୁ, ସ୍ୱାସ୍ଥ୍ୟ  ଓ ଆର୍ଥିକ ସହଯୋଗ ପ୍ରସଙ୍ଗରେ ଭାରତର ଆଭିମୁଖ୍ୟ ରଖିବେ ।  ଜୁଲାଇ ୯ରେ ଗସ୍ତର ଶେଷ ପର୍ଯ୍ୟାୟରେ ମୋଦି ନାମ୍ବିଆ ଯିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.