ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୬ଷ୍ଠ ପର୍ଯ୍ୟାୟ ନିର୍ବାଚନ ଭୋଟିଂ ଜାରି,ମତ ସାବ୍ୟସ୍ତ କରିବା ନେଇ ଅପିଲ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫/୫:୨୦୨୪ ଲୋକସଭା ନିର୍ବାଚନର ୫ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଆଜି ଷଷ୍ଠ ପର୍ଯ୍ୟାୟ ପାଇଁ ଆରମ୍ଭ ହୋଇଛି ଭୋଟିଂ । ଆଜିର ଏହି ପର୍ଯ୍ୟାୟରେ ୭ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୫୮ଟି ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି । ୭ଟାରୁ ଭୋଟ୍ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ଚାଲିବ । ତେବେ ଏହାରି ମଧ୍ୟରେ ଅଧିକ ମାତ୍ରାରେ ଭୋଟ ଦେବା ପାଇଁ ଅପିଲ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଟ୍ବିଟ କରି କହିଛନ୍ତି, "୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ସମସ୍ତ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବା ପାଇଁ ମୁଁ ଅନୁରୋଧ କରୁଛି। ପ୍ରତ୍ୟେକ ଭୋଟ୍ ଗୁରୁତ୍ୱପୂର୍ଣ୍ଣ, ଆପଣଙ୍କ ଭୋଟ୍ ମଧ୍ୟ ! ଗଣତନ୍ତ୍ର ସେତେବେଳେ ସୁଦୃଢ଼ ହୁଏ ଯେତେବେଳେ ଲୋକମାନେ ନିର୍ବାଚନ ପ୍ରକ୍ରିୟାରେ ସକ୍ରିୟ ଭାବରେ ସାମିଲ ହୁଅନ୍ତି । ମୁଁ ବିଶେଷ କରି ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ୍ ଦେବାକୁ ଅନୁରୋଧ କରୁଛି।"

ତେବେ ଷଷ୍ଠ ପର୍ଯ୍ୟାୟରେ ବିହାରର ୮, ହରିୟାଣାର ୧୦, ଜମ୍ମୁ କାଶ୍ମୀରର ୧, ଝାଡଖଣ୍ଡର ୪, ଦିଲ୍ଲୀର ୭, ଓଡିଶାର ୬, ଉତ୍ତରପ୍ରଦେଶର ୧୪ ଏବଂ ପଶ୍ଚିମବଙ୍ଗର ୮ ଆସନରେ ଭୋଟ ଦେଉଛନ୍ତି ଜନତା । ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ମୈଦାନରେ ଅଛନ୍ତି ମୋଟ ୮୮୯ ପ୍ରାର୍ଥୀ । ସେଥି ମଧ୍ୟରୁ ୭୯୧ ଜଣ ପୁରୁଷ ଓ ୯୫ ଜଣ ମହିଳା ଓ ତୃତୀୟ ଲିଙ୍ଗୀ ୩ ଜଣ ପ୍ରାର୍ଥୀ ଅଛନ୍ତି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.