ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦୀ କରିବେ ରୋଡ ଶୋ’

Published By : Suraj Kumar | November 26, 2024 10:26 PM

ଭୁବନେଶ୍ବର, ୨୬।୧୧ : ଭୁବନେଶ୍ବରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୯ ତାରିଖରେ ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ରୋଡ ଶୋ କରିବେ ପ୍ରଧାନମନ୍ତ୍ରୀ। ଏୟାରପୋର୍ଟ ରୁ ରାଜଭବନ  ଯାଏଁ ରୋଡ଼ ଶୋ’ ହେବ। ଏ ନେଇ ବିଜେପି ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। 

୨୯ ତାରିଖ ଅପରାହ୍ନ ୪ଟା୧୫ ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ପହଞ୍ଚିବେ। ଏୟାରପୋର୍ଟରେ ମୋଦୀଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯିବ। ପରେ ଏୟାରପୋର୍ଟ ନିକଟରେ ଏକ ସାଧାରଣ ସଭା ହେବ। ଏହାପରେ ଏୟାରପୋର୍ଟ ରୁ ରାଜଭବନ ଯାଏଁ ରୋଡ଼ ଶୋ’ ହେବ। ଏହା ପରେ ପାର୍ଟି ଅଫିସ ପ୍ରଧାନମନ୍ତ୍ରୀ ଆସିବେ। ବିଧାୟକ ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକରେ ଯୋଗ ଦେବେ। ୨ ଘଣ୍ଟା ଦଳୀୟ କାର୍ଯ୍ୟାଳୟରେ ରହିବା ସହ ସମସ୍ତଙ୍କ ସହ ଆଲୋଚନା କରିବେ। ପରେ ଡିଜି ସମ୍ମିଳନୀରେ ଯୋଗ ଦେବେ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। 

ସୂଚନାଯୋଗ୍ୟ ଯେ  ୨୯, ୩୦ ଏବଂ ଡିସେମ୍ବର ୧ ରେ ଓଡିଶାରେ ଡିଜି ସମ୍ମିଳନୀ ଅନୁଷ୍ଠିତ ହେବ।  ୩ ଦିନ ଧରି ହେବାକୁ ଥିବା ଡିଜି ସମ୍ମିଳନୀରେ  ପ୍ରଧାନମନ୍ତ୍ରୀ ଯୋଗ ଦେବେ। ଡିଜି ସମ୍ମିଳନୀ ଶେଷ ହେବା  ଯାଏଁ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହିବେ ।ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ୩ ଦିନ ଓଡ଼ିଶାରେ ରହି ସମ୍ମିଳନୀରେ  ଯୋଗ ଦେବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.