ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଦେଶରେ ଚାଲିଛି ଅନ୍ତିମ ପର୍ଯ୍ୟାୟ ମତଦାନ, ରେକର୍ଡ ସଂଖ୍ୟାରେ ମତାଧିକାର ସାବ୍ୟସ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ୍

Image Courtesy: opindia

ନୂଆଦିଲ୍ଲୀ, ୦୧/୦୬ : ଦେଶରେ ଅନ୍ତିମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ୭ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୭ ଆସନରେ ଚାଲିଛି ଭୋଟିଂ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ଵିଟ୍ କରି ସମସ୍ତଙ୍କୁ ଭୋଟ୍ ଦେବାକୁ ଅପିଲ୍ କରିଛନ୍ତି। ମୋଦି ଲେଖିଛନ୍ତି ଯେ, ଆଜି ୨୦୨୪ ଲୋକସଭା ନିର୍ବାଚନର ଚୂଡାନ୍ତ ପର୍ଯ୍ୟାୟ ମତଦାନ।  ଦେଶର 8ଟି ରାଜ୍ୟ ଓ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ୫୭ ଆସନର ମତଦାନ। ବହୁ ସଂଖ୍ୟାରେ ମତଦାନ କରିବା ପାଇଁ ଆହ୍ୱାନ ଜଣାଉଛି। ଆଶା ଯୁବ ଓ ମହିଳା ମତଦାତା ରେକର୍ଡ ସଂଖ୍ୟାରେ ମତଦାନ କରିବେ। ଆସନ୍ତୁ ମିଳିମିଶି ଆମ ଗଣତନ୍ତ୍ରକୁ ଆହୁରି ଉଜ୍ୱଳ ଓ ସହଭାଗୀ ବନାଇବା।

ସୂଚନାନୁଯାୟୀ, ଶନିବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ଉତ୍ତରପ୍ରଦେଶ, ବିହାର, ହିମାଚଳ ପ୍ରଦେଶ, ପଞ୍ଜାବ, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଓ ଚଣ୍ଡିଗଡ଼ରେ ମତଦାନ ଚାଲିଛି। ଜୁନ୍ ୪ରେ ଭୋଟ୍ ଗଣତି ସହ ଫଳାଫଳ ଘୋଷଣା ହେବ।  

ଶେଷ ପର୍ଯ୍ୟାୟରେ ମୋଟ ୯୦୪ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଆର.କେ ସିଂହ ଓ ଅନୁରାଗ ସିଂହ ଠାକୁର ଶେଷ ପର୍ଯ୍ୟାୟରେ ଭାଗ୍ୟ ପରୀକ୍ଷା କରୁଛନ୍ତି। ସେହିପରି ୪ କଳାକାର କଙ୍ଗନା ରାଣାୱତ, ରବି କିଷନ, ପୱନ ସିଂହ, ଓ କାଜଲ ନିଷାଦ ମଇଦାନକୁ ଓହ୍ଲାଇଛନ୍ତି। 


 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.