ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବାରାଣସୀରୁ ତୃତୀୟ ଥର ପାଇଁ ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ମୋଦି; ଉପସ୍ଥିତ ଥିଲେ ଶାହ-ଯୋଗୀଙ୍କ ସମେତ ବିଜେପି ଓ ଏନ୍‌ଡିଏର ହେଭିଓ୍ବେଟ

ବାରାଣସୀ,୧୪/୦୫: ୨୦୨୪ ଲୋକସଭା ନିର୍ବାଚନ ପାଇଁ ବାରଣାସୀରୁ ନାମାଙ୍କନ ପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୦୧୪ ପରଠାରୁ ବାରାଣସୀରୁ ଏହା  ମୋଦିଙ୍କର ତୃତୀୟ ନାମାନଙ୍କ ଦାଖଲ ଅଟେ। ତେବେ ମଙ୍ଗଳବାର ନାମାଙ୍କନ ଦାଖଲ ପୂର୍ବରୁ ପ୍ରଧାନମନ୍ତ୍ରୀ  ମୋଦି ବାରାଣସୀରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ। ପୂଜାର୍ଚ୍ଚନା ଠାରୁ ନାମାଙ୍କନ ଦାଖଲ ପର୍ଯ୍ୟନ୍ତ ମୋଦିଙ୍କ ସହିତ ଯୋଗୀ ଆଦିତ୍ୟନାଥ, ଅମିତ ଶାହଙ୍କ ସମେତ ଏନ୍‌ଡିଏର ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବିଜେପିର ହେଭିଓ୍ବେଟ ମାନେ ଉପସ୍ଥିତ ଥିଲେ। 

ପ୍ରଧାନମନ୍ତ୍ରୀ ମୋଦି ଯେତେବେଳେ ବାରାଣାସୀ ଡିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ, ସେଠାରେ ବହୁ ସଂଖ୍ୟାରେ ଲୋକ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅଭିବାଦନ ଜଣାଇବା ପରେ ନାମାଙ୍କନ ପାଇଁ ଡିଏମ୍‌ଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ଏହାପୂର୍ବରୁ ସେ ବାରାଣାସୀର ଦାଶସ୍ୱାମେଧ ଘାଟରେ ପୂଜାର୍ଚ୍ଚନା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ ବେଳେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ୟୁପି ସିଏମ୍ ଯୋଗୀ ଆଦିତ୍ୟନାଥ, ମହାରାଷ୍ଟ୍ର ସିଏମ୍ ଏକନାଥ ସିନ୍ଦେ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଇ, ରାଜସ୍ଥାନ ସିଏମ୍ ଭଜନ ଲାଲ ଶର୍ମା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ନୟାବ ସିଂ ସୈନି, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗ ଏବଂ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ମଧ୍ୟ ଯୋଗଦେଇ‌ଥିଲେ।



News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.