ପ୍ରମୂଖ ଖବର
  • କାଲିମେଳା: ଲଗାଣ ବର୍ଷାରେ ବେହାଲ ଜନଜୀବନ, ପାହାଡ ଧସିବାରୁ ରାସ୍ତା ବନ୍ଦ
  • ||
  • ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶ ଆରମ୍ଭ, ପ୍ରଥମ ଦିନରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ
  • ||

ଓଡ଼ିଶାରେ ଲାଗୁ ହେଲା ପିଏମ୍‌ ଶ୍ରୀ ସ୍କୁଲ୍‌, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସରୁମ୍‌ ଓ କ୍ରୀଡ଼ାକୁ ଦିଆଯିବ ଗୁରୁତ୍ୱ

ଭୁବନେଶ୍ୱର, ୧୦/୦୭ : ଓଡ଼ିଶାରେ ଲାଗୁ ହୋଇଛି ପିଏମ୍‌ ଶ୍ରୀ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ ଫର୍‌ ରାଇଜିଂ ଇଣ୍ଡିଆ । ଏଥିପାଇଁ ମଙ୍ଗଳବାର ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଓ ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ସ୍କୁଲଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ପିଲାମାନଙ୍କ ଦକ୍ଷତା ସହ ସେମାନଙ୍କର ବୈଜ୍ଞାନିକ ମନୋଭାବକୁ ବଢ଼ାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବୃଦ୍ଧି କରିବା ହେଉଛି ପିଏମ୍‌ ଶ୍ରୀର ଯୋଜନାର ଲକ୍ଷ୍ୟ ।

ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍‌) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନ୍‌ଭିଏସ୍‌) ପିଏମ୍‌ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ୍‌ ଶ୍ରୀସ୍କୁଲରେ ବିକଶିତ କରାଯିବ । ଓଡ଼ିଶାରେ ୮୦୦ଟି ସ୍କୁଲ ଏହି ଯୋଜନାରେ ବିକଶିତ ହେବ । ପିଏମ୍‌ଶ୍ରୀ ସ୍କୁଲଗୁଡିକ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବ । ଏହି ସ୍କୁଲଗୁଡିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବନାହିଁ ବରଂ ଏକବିଂଶ ଶତାବ୍ଦୀର ପ୍ରମୁଖ ଦକ୍ଷତା ସହିତ ସାମଗ୍ରିକ ବ୍ୟକ୍ତି ସୃଷ୍ଟି କରିବା ଦିଗରେ ସହାୟକ ହେବ । 

ଏହି ସ୍କୁଲ ଅତ୍ୟାଧୁନିକ ଓ ସାମଗ୍ରିକ ପଦ୍ଧତିରେ ଶିକ୍ଷାଦାନ ପ୍ରଦାନ କରିବ । ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସରୁମ୍‌ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ୱ ଦିଆଯିବ । ଏହି ଯୋଜନା ଦ୍ୱାରା ଓଡ଼ିଶାର ଲକ୍ଷାଧିକ ଛାତ୍ରଛାତ୍ରୀ ଲାଭବାନ୍‌ ହେବେ । ସ୍କୁଲରେ ଶିକ୍ଷାଦାନ ଓ ଶିକ୍ଷାଗ୍ରହଣ ଟେକ୍ନୋଲୋଜି ଆଧାରିତ ହେବ । ଆଇସିଟି, ଡିଜିଟାଲ ଲ୍ୟାବ, ଡିଜିଟାଲ ଲାଇବ୍ରେରୀ, ଡିଜିଟାଲ ଲର୍ଣ୍ଣିଂ ଟୁଲ୍‌ସ ବ୍ୟବସ୍ଥା ରହିବ । ବାଲବାଟିକାରେ ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷା ରହିବ । ମାତୃଭାଷାକୁ ପ୍ରାଧାନ୍ୟ ଦେବା ସହ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାଷା ଦୂରତାକୁ ହ୍ରାସ କରିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.